ସୁଦାନ ହିଂସାକାଣ୍ଡ: ଭାରତୀୟ ନାଗରିକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ଏସ୍‌. ଜୟଶଙ୍କର

କାହିରା/ନୂଆଦିଲ୍ଲୀ,୧୬ା୪: ସୁଦାନର ରାଜଧାନୀ ଖାର୍ତୁମରେ ଜଣେ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଠାରେ ହିଂସା ସମୟରେ ଗୁଳି ଚଳାଇବାରୁ ଭାରତୀୟ ନାଗରିକଙ୍କର ମୃତ୍ୟୁ ଘଟିଛି। ଖାର୍ତୁମରେ ଥିବା ଭାରତୀୟ ଦୂତାବାସ କହିଛି ଯେ, ମୃତ ଆଲବର୍ଟ ଅଗଷ୍ଟିନ ସୁଦାନର ଏକ କମ୍ପାନୀରେ କାମ କରୁଥିଲେ। ଅଧିକ ବ୍ୟବସ୍ଥା କରିବାକୁ ଦୂତାବାସ ପରିବାର ଏବଂ ଡାକ୍ତରୀ ଟିମ୍‌ ସହ ଯୋଗାଯୋଗରେ ରହିଛି।

ଏନେଇ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶୋକ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଖାର୍ତୁମରେ ଜଣେ ଭାରତୀୟ ନାଗରିକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ମୃତକଙ୍କ ପରିବାରକୁ ସମସ୍ତ ସହାୟତା ଯୋଗାଇବା ପାଇଁ ଦୂତାବାସ ଯଥାସମ୍ଭବ ଉଦ୍ୟମ କରୁଛି। ସେ ଆହୁରି ମଧ୍ୟ କହିଛନ୍ତି, ଖାର୍ତୁମରେ ପରିସ୍ଥିତି ବହୁ ଚିନ୍ତାର ବିଷୟ ପାଲଟିଛି। ଆମେ ସେହି ଦେଶର ବିକାଶ ଉପରେ ନଜର ରଖିବା ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri