ପୁଅବୋହୂର ଆକ୍ରମଣରେ ଚାଲିଗଲା ବୃଦ୍ଧା ମା’ଙ୍କ ଜୀବନ

ଦାରିଙ୍ଗବାଡ଼ି,୧୬।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଧୀନ ପାଙ୍ଗଲି ଗ୍ରାମରେ ପାରିବାରିକ କଳହକୁ ନେଇ ପୁଅବୋହୂର ଆକ୍ରମଣରେ ଜଣେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟିଥିବା ରବିବାର ଥାନାରେ ଅଭିଯୋଗ ହୋଇଛି।

ମୃତା ବୃଦ୍ଧା ହେଲେ ପାଡନକେତା ଗ୍ରାମର ପୁଷ୍ପାଞ୍ଜଳି ପରିଚ୍ଛା। ଏନେଇ ବୃଦ୍ଧାଙ୍କ ସ୍ବାମୀ ଲକପତି ପରିଚ୍ଛା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଏପରିକି ପୋଲିସ ଏକାଧିକ ଲୋକଙ୍କୁ ଥାନାକୁ ଆଣି ପଚାରଉଚରା କରୁଛି।

ଲକପତିଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ଶାଶୁଙ୍କ ଶୁଦ୍ଧିକ୍ରିୟା ପାଇଁ ସେମାନେ ପାଙ୍ଗାଲି ଗ୍ରାମକୁ ଆସିଥିଲେ। ସେଠାରେ ଶନିବାର ସନ୍ଧ୍ୟାରେ କୌଣସି କଥାକୁ ନେଇ ବଚସା ଓ ପରେ ମାରପିଟ୍‌ ହୋଇଥିଲା। ପୁଷ୍ପାଞ୍ଜଳିଙ୍କ ପୁଅ, ବୋହୂ ଏବଂ ତାଙ୍କର କେତେକ ସହଯୋଗୀ ପୁଷ୍ପାଞ୍ଜଳିଙ୍କ ଚୁଟି ଧରି ଘୋଷାଡ଼ିବା ସହ ପେଟରେ ଗୋଇଠା ମାରି ଆକ୍ରମଣ କରିଥିଲେ। ଫଳରେ ପୁଷ୍ପାଞ୍ଜଳି ପଡ଼ିଯିବାରୁ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ପୁଷ୍ପାଞ୍ଜଳିଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରବିବାର ଅଭିଯୋଗ ପରେ ପୋଲିସ ଏକ ହତ୍ୟା ମାମଲା (ନଂ.୬୬/୨୩) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚାଲିଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି। ଏପରିକି ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରୁ ନମୁନା ସଂଗ୍ରହ କରିଥିବା ପୋଲିସ କହିଛି। ଘଟଣାଟିକୁ ପୋଲିସ ଅତି ଗୁରୁତର ସହ ନେବା ସହ ତଦନ୍ତକୁ ଜୋରଦାର କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ତଦନ୍ତରେ ଆହୁରି ସହାୟକ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri