୪୩ ଡିଗ୍ରୀ ଛୁଇଁଲା ଝାରସୁଗୁଡ଼ା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ପାରଦା ଉପରମୁହାଁ ରହିଛି। ପ୍ରବଳ ଗରମରେ ଆଉଟୁପାଉଟୁ ହେଉଛି ସାରା ଓଡ଼ିଶା। ରବିବାର ୯ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଥିସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିଲା। ଘର ଭିତରେ ରହିଲେ ବି ଦେହରୁ ଝାଳ ବୋହୁଥିଲା। ତେବେ ସୋମବାରଠାରୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଏହି ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇପାରେ। ଏହାପରେ ବର୍ଷା ଆଶ୍ୱସ୍ତି ଆଣିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ବୌଦ୍ଧର ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଛୁଇଁଥିବାବେଳେ ସମ୍ବଲପୁର ୪୨.୪ ଡ଼ିଗ୍ରୀ, ତାଳଚେର ୪୨.୨, ସୁନ୍ଦରଗଡ଼ ଓ ଟିଟିଲାଗଡ଼ ୪୧.୫, ବଲାଙ୍ଗୀର ୪୧.୨, ଅନୁଗୋଳ ୪୧.୨ ଓ ରାଉରକେଲାରେ ପାରଦ ୪୧ ଡିଗ୍ରୀରେ ପହଞ୍ଚତ୍ଥିଲା। ସେହିଭଳି ଅନ୍ୟ ୧୨ ସହରରେ ତାପମାତ୍ରା ୪୦ ଡିଗ୍ରୀ ଓ ୫ଜିଲାରେ ତାପମାତ୍ରା ୩୯ ଡିଗ୍ରୀ ବା ତାହାଠାରୁ ଅଧିକ ରହିଥିଲା। ତେବେ ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ଓ ପୁରୀରେ ତାପମାତ୍ରା ୩୭.୬ ଡିଗ୍ରୀ ରହିଥିବାବେଳେ ପାରାଦୀପରେ ସର୍ବନିମ୍ନ ୩୩.୫ ଡିଗ୍ରୀ ରେକର୍ଡ କରାଯାଇଥିଲା।
ଅନ୍ୟପଟେ ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡା ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଏଥିପାଇଁ କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଳାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୮ ତାରିଖରେ ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାନେଇ ପୂର୍ବାନୁମାନ କରାଯିବା ସହ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୧୯ ଓ ୨୦ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଭୟ ରହିଛି। ତେଣୁ ସଂପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୧ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri