‘ଏଜୁକେଶନ ୱାଲର୍‌ଡ’ ଜାତୀୟ ପତ୍ରିକାରେ ଓଡ଼ିଶାର ୧୦ ମହାବିଦ୍ୟାଳୟ

ବାଲେଶ୍ୱର ଅଫିସ,୧୭ା୪: ଏଜୁକେଶନ ୱାଲର୍‌ଡ ଜାତୀୟ ପତ୍ରିକାରେ ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ସମେତ ରାଜ୍ୟର ୧୦ ମହାବିଦ୍ୟାଳୟ ସ୍ଥାନ ପାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ଭାରତର ବିଭିନ୍ନ ଶିକ୍ଷାନୁଷ୍ଠାନ ସମ୍ପର୍କରେ କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ଶିକ୍ଷାନୁଷ୍ଠାନଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନ, ଶିକ୍ଷା ବ୍ୟବସ୍ଥାରେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ, ଗବେଷଣାତ୍ମକ ଭିତ୍ତିଭୂମି, ଛାତ୍ରୀଛାତ୍ରମାନଙ୍କ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ବିବିଧ କୃତିତ୍ୱ, ବୃତ୍ତିଭିତ୍ତିକ ଓ ନୈତିକ ଶିକ୍ଷାର ପ୍ରସାର, ସମାଜସେବା ଓ ନିଯୁକ୍ତି କ୍ଷେତ୍ରରେ ଯୋଗଦାନ ଆଦି ବିଷୟକୁ ଗୁରୁତ୍ୱ ଦିଆଯାଇଥିଲା। ଏଥିରେ ଓଡ଼ିଶାର ୩୦ଟି ଜିଲାର ବିଭିନ୍ନ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକ ମଧ୍ୟରୁ ଶ୍ରେଷ୍ଠ ୧୦ଟି ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ତାଲିକା ପ୍ରକାଶିତ ହୋଇଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲାର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଚତୁର୍ଥ ସ୍ଥାନ ହାସଲ କରିଛି।
କଟକ ଜିଲାର ଶୈଳବାଳା ସ୍ବୟଂଶାସିତ ମହାବିଦ୍ୟାଳୟ ପ୍ରଥମ, ପୁରୀ ଜିଲାର ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟ ଦ୍ୱିତୀୟ, ଢେଙ୍କାନାଳ ଜିଲାର ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ତୃତୀୟ, ପୁରୀ ଜିଲାର ନିମାପଡ଼ା ସ୍ବୟଂ ଶାସିତ ମହାବିଦ୍ୟାଳୟ ପଞ୍ଚମ, ଭୁବନେଶ୍ୱର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଓ ବ୍ରହ୍ମପୁରର ଏସବିଆରଜି ସ୍ବୟଂ ଶାସିତ ମହାବିଦ୍ୟାଳୟ ଷଷ୍ଠ, କଳାହାଣ୍ଡି ଜିଲାର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ଭବାନୀପାଟଣା ସପ୍ତମ, ମୟୂରଭଞ୍ଜ ଜିଲାର ଏମପିସି ସ୍ବୟଂ ଶାସିତ ମହାବିଦ୍ୟାଳୟ, ବାରିପଦା ଅଷ୍ଟମ, କେନ୍ଦୁଝର ଜିଲାର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟ ନବମ ଓ ରାଉରକେଲା ସ୍ବୟଂଶାସିତ ମହାବିଦ୍ୟାଳୟ ଦଶମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri