Posted inଜାତୀୟ

ଆସିଲା ଅତିକ, ଅଶ୍ରଫ୍‌ଙ୍କ ବ୍ୟବଚ୍ଛେଦ ରିପୋର୍ଟ

ପ୍ରୟାଗରାଜ,୧୭।୪: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗ୍ୟାଙ୍ଗ୍‌ଷ୍ଟର ଅତିକ୍‌ ଅହମଦ ଏବଂ ଭାଇ ଅଶ୍ରଫ୍‌ଙ୍କୁ ପୋଲିସ ମେଡିକାଲ ଯାଞ୍ଚ ପାଇଁ ନେଉଥିବା ବେଳେ ତାଙ୍କ ଉପରକୁ ୩ଜଣ ଯୁବକ ଆଖିବୁଜା ଗୁଳିମାଡ଼ କରିଥିଲେ। ଫଳରେ ଘଟଣାସ୍ଥଳରେ ଅତିକ୍‌ ଓ ଅଶ୍ରଫ୍‌ଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଅନ୍ୟପକ୍ଷେ ରବିବାର ଅତିକ୍‌ ଓ ଅଶ୍ରଫ୍‌ଙ୍କୁ କବର ଦିଆଯାଇଥିବା ବେଳେ ସୋମବାର ଉଭୟଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି।

ବ୍ୟବଚ୍ଛେଦ ରିପୋର୍ଟରେ ଅତିକ୍‌ଙ୍କ ଶରୀରରେ ୮ଟି ଗୁଳି ବାଜିଥିବା ବେଳେ ଅଶ୍ରଫ୍‌ଙ୍କ ଦେହରେ ୫ଟି ଗୁଳି ବାଜିଥିବା ରିପୋର୍ଟରେ ଦର୍ଶାଯାଇଛି। ଉଭୟଙ୍କ ଶରୀରରୁ ସମୁଦାୟ ୧୩ଟି ଗୁଳି ମିଳିଥିବା ଡାକ୍ତରୀ ଦଳ ପକ୍ଷର ସୂଚନା ଦିଆଯାଇଛି। ଅତିକ୍‌ଙ୍କ ମୁଣ୍ଡରେ ଗୋଟିଏ ଗୁଳି ବାଜି ଥିବା ବେଳେ ଅନ୍ୟ ୭ଟି ଗୁଳି ବେକ, ଛାତି ଏବଂ ପେଟ ଏବଂ ହାତ ସମେତ ଶରୀରର ଅନ୍ୟ ଅଂଶରୁ ଗୋଟିଏ ଗୁଳି ଉଦ୍ଧାର କରାଯାଇଛି। ସେହିପରି ଅଶ୍ରଫ୍‌ଙ୍କ ମୁହଁରେ ଗୋଟିଏ ଗୁଳି ବାଜିଥିବା ବେଳେ ଓ ଆଉ ୪ଟି ଗୁଳି ବେକ, ଛାତି ଏବଂ ପେଟରେ ବାଜିଛି। ୪ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଉଭୟଙ୍କ ବ୍ୟବଚ୍ଛେଦ ହୋଇଥିବା ଜଣାପଡିଛି। ଏପରିକି ବ୍ୟବଚ୍ଛେଦର ଭିଡିଓ ମଧ୍ୟ କରାଯାଇଛି।

ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହତ୍ୟାର ତଦନ୍ତ ପାଇଁ ୩ ସଦସ୍ୟ ବିଶିଷ୍ଟ ବିଚାରବିଭାଗୀୟ କମିଶନ ଗଠନ କରିଛନ୍ତି। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଅରବିନ୍ଦ କୁମାର ତ୍ରିପାଠୀ ଏହାର ନେତୃତ୍ୱ ନେବେ। କମିଶନ ଅଫ୍‌ ଇନ୍‌କ୍ୱାରି ଆକ୍ଟ, ୧୯୫୨ ଅଧୀନରେ ଗୃହ ବିଭାଗ ପକ୍ଷରୁ ଗଠିତ ଉକ୍ତ ତଦନ୍ତ ଆୟୋଗର ଅନ୍ୟ ୨ ସଦସ୍ୟ ହେଲେ ଅବସରପ୍ରାପ୍ତ ବିଚାରପତି ବ୍ରଜେଶ କୁମାର ସୋନି ଓ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ସୁବେଶ କୁମାର ସିଂ। କମିଶନ ୨ ମାସ ମଧ୍ୟରେ ତଦନ୍ତକରି ରାଜ୍ୟ ସରକାରଙ୍କ ନିକଟରେ ରିପୋର୍ଟ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri