Posted inଜାତୀୟ

କର୍ନାଟକ ନିର୍ବାଚନ: ତୃତୀୟ ପ୍ରାର୍ଥୀ ତାଲିକା ଜାରି କଲା ଭାଜପା

ବେଙ୍ଗାଲୁରୁ,୧୭।୪: ମେ’ ୧୦ ତାରିଖରେ କର୍ନାଟକ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ନେଇ ବର୍ତ୍ତମାନ ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ଭାଜପା ସୋମବାର ପ୍ରାର୍ଥୀଙ୍କ ତୃତୀୟ ତାଲିକା ପ୍ରକାଶ କରିଛି। ତେବେ ତୃତୀୟ ତାଲିକାରେ ମୋଟ୍‌ ୧୦ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଭାଜପା ବିଧାୟକ ଅରବିନ୍ଦ ଲିମ୍ବାବଲିଙ୍କ ସ୍ତ୍ରୀ ମଞ୍ଜୁଲା ଅରବିନ୍ଦ ଲିମ୍ବାବଲି ମହାଦେବପୁରାରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟାରଙ୍କ ହୁବଲି ଧରୱାଡ କେନ୍ଦ୍ରୀୟ ଆସନରୁ ମହେଶ ତେଙ୍ଗିନାକାଇଙ୍କୁ ମନୋନୀତ କରାଯାଇଛି। ଅନ୍ୟପଟେ, ଜଗଦୀଶ ଶେଟ୍ଟାର ସୋମବାର କଂଗ୍ରେସରେ ଯୋଗ ଦେଇଛନ୍ତି।

କର୍ନାଟକର ମୋଟ୍‌ ୨୨୪ ଟି ସିଟ୍‌ ମଧ୍ୟରୁ ଭାଜପା ୨୨୨ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ପ୍ରଥମ ତାଲିକାରେ ୧୮୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବା ବେଳେ ଦ୍ୱିତୀୟ ତାଲିକାରେ ୨୩ ଜଣ ପ୍ରାର୍ଥୀଙ୍କ ନାଁ ପ୍ରକାଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri