ଡରାଇଲାଣି କରୋନା: ଦିଲ୍ଲୀରେ ପ୍ରତି ୧୦୦ଟେଷ୍ଟରେ ୩୨ସଂକ୍ରମିତ

ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ଦେଶରେ ୭,୬୩୩ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏତଦ୍‌ ବ୍ୟତୀତ କରୋନାଜନିତ ୧୧ଜଣଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ ଦେଶରେ ପଜିଟିଭିଟି ରେଟ୍‌ ୩.୬୨ପ୍ରତିଶତରେ ପହଞ୍ଚିଛି। ସର୍ବାଧିକ ୧,୫୨୮ ସଂକ୍ରମିତ କେରଳରେ ଚିହ୍ନଟ ହୋଇଛନ୍ତି। ଏହାପରେ ଦିଲ୍ଲୀ ରହିଛି, ଯେଉଁଠାରେ ୧,୦୧୭ ମାମଲା ସାମ୍ନାକୁ ଆସିଛି। ସେହିପରି ହରିୟାଣାରେ ୮୯୮, ତାମିଲନାଡୁରେ ୫୨୧ ଏବଂ ମହାରାଷ୍ଟ୍ରରେ ୫୦୫ଜଣ ସଂକ୍ରମିତ ହୋଇଛନ୍ତିି। ଅର୍ଥାତ୍‌ ୨୪ଘଣ୍ଟା ମଧ୍ୟରେ ଦେଶରେ ରିପୋର୍ଟ ହୋଇଥିବା ମୋଟ ମାମଲା ମଧ୍ୟରୁ ୫୮ପ୍ରତିଶତରୁ ଊର୍ଦ୍ଧ୍ୱ ରୋଗୀ କେବଳ ଏହି ୫ରାଜ୍ୟରୁ ଚିହ୍ନଟ ହୋଇଛି। ଅନ୍ୟପକ୍ଷେ ଦିଲ୍ଲୀରେ ବର୍ତ୍ତମାନ ପଜିଟିଭିଟି ରେଟ୍‌ ୩୨.୨୫ ପ୍ରତିଶତ ବୃଦ୍ଧି ପାଇଛି। ଅର୍ଥାତ୍‌ ପ୍ରତି ୧୦୦ଟେଷ୍ଟରେ ୩୨ରୁ ଊର୍ଦ୍ଧ୍ୱ ପଜିଟିଭ୍‌ ମାମଲା ଚିହ୍ନଟ ହେଉଛି। ଦିଲ୍ଲୀର ଏହି ପଜିଟିଭିଟି ରେଟ୍‌ ଗତ ୧୫ମାସରୁ ସବୁଠାରୁ ଅଧିକ ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ସୋମବାର ଦିଲ୍ଲୀରେ ୧,୦୧୭ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟର ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ୭,୯୫୪ ଶଯ୍ୟା ସଂରକ୍ଷିତ ରଖାଯାଇଛି। ସେଥିମଧ୍ୟରୁ ୩୨୫ରୋଗୀ ଭର୍ତ୍ତି ହୋଇଥିବା ବେଳେ ୩,୬୪୩ ଜଣ ହୋମ ଆଇସୋଲେଶନ୍‌ରେ ରହିଛନ୍ତି। ସୂଚନା ମୁତାବକ କରୋନା ଉପରେ ନଜର ରଖିଥିବା ଆଇଏନ୍‌ଏସ୍‌ଏସିଓଜି ଅନୁଯାୟୀ ଦେଶରେ ଏପର୍ଯ୍ୟନ୍ତ ଏକ୍ସବିବି.୧.୧୬.୧ର ୪୩୬ ମାମଲା ସାମ୍ନାକୁ ଆସିଛି। ଏହି ମାମଲା ମହାରାଷ୍ଟ୍ର, ଗୁଜରାଟ, ଦିଲ୍ଲୀ, ହରିୟାଣା ସମେତ ୧୮ଟି ରାଜ୍ୟରେ ଏହି ମାମଲା ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri