ପାଣି ପାଇଁ ହଇରାଣ ଅନ୍ତେବାସୀ

ଲାଠୋର, ୧୮ା୪(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ସରକାରୀ ନୂତନ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରହିଥିବା ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ରରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ଏଠାରେ ଥିବା ଛାତ୍ରୀଛାତ୍ର ପାଣି ପାଇଁ ହଇରାଣ ହେଉଛନ୍ତି। ଆବାସିକ ପ୍ରଯତ୍ନ କେନ୍ଦ୍ରରେ ୪୭ ଜଣ ଛାତ୍ରୀଛାତ୍ର ରହୁଛନ୍ତି। ସ୍ନାନଶୌଚାଦି ପାଇଁ ଗୋଟିଏ ନଳକୂପ ଏବଂ ଜଳଯୋଗାଣ କେନ୍ଦ୍ରରୁ ଜଳ ଯୋଗାଣ ବ୍ୟବସ୍ଥା ରହିଛି। ହେଲେ ୧୫ ଦିନରୁ ଉର୍ଦ୍ଧ୍ୱ ହେବ ସେଠାରେ ଥିବା ନଳକୂପ ଖରାପ ହୋଇଯାଇଛି। ଫଳରେ ଆବାସିକ କେନ୍ଦ୍ରର ୪୭ ଛାତ୍ରୀଛାତ୍ର ତଥା ବିଦ୍ୟାଳୟକୁ ପଢିବାକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ପାଣି ନିଅଣ୍ଟ ହେଉଛି। ତାତି ବଢିଥିବା ଯୋଗୁଁ ଜଳାଭାବ ପରିସ୍ଥିତିକୁ ସଙ୍ଗୀନ କରିଛି। ସରକାରୀ ନିୟମ ଅନୁସାରେ ଆବାସିକ ପ୍ରଯତ୍ନ କେନ୍ଦ୍ରର ଛାତ୍ରୀଛାତ୍ର ଶୌଚ ଏବଂ ସ୍ନାନ ପାଇଁ ବାହାରକୁ ଯିବା କଥା ନୁହେଁ। ହେଲେ ପାଣିର ଅଭାବ ହେତୁ ସେମାନେ ବାଧ୍ୟ ହୋଇ ବିପଦପୂର୍ଣ୍ଣ ଅବସ୍ଥାରେ ବାହାରକୁ ଯାଉଛନ୍ତି। ଯଦି ଏ ନେଇ କୌଣସି ଅଘଟଣ ଘଟେ କିଏ ଦାୟି ହେବ ବୋଲି ଗ୍ରାମର ସଚେତନ ଯୁବ ଗୋଷ୍ଠୀ କହିଛନ୍ତି। ନଳକୂପ ମରାମତି ପାଇଁ କରୁଆଁଝର ସରପଞ୍ଚଙ୍କୁ ଅବଗତ କରାଯାଇଥିଲା। ହେଲେ ଅଦ୍ୟାବଧି ମରାମତି କରାଯାଇ ନାହଁି ବୋଲି ପ୍ରଧାନ ଶିକ୍ଷକ ଭଗବାନ ସେଠ ପ୍ରକାଶ କରିଛନ୍ତି। ଏନେଇ ସରପଞ୍ଛ ଜପସ୍ମିନି ସାହୁଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ନଳକୂପ ମରାମତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri