ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କ ଯୋଡ଼ା-ବଡ଼ବିଲ ଗସ୍ତ

ବଡ଼ବିଲ,୧୯ା୪(ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ବୁଧବାର କେନ୍ଦୁଝର ଜିଲା ଯୋଡ଼ା-ବଡ଼ବିଲ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀ ସିଂହ, ପ୍ରଥମେ ଯୋଡ଼ା ବ୍ଲକ କଣ୍ଡରାଠାରେ ନିର୍ମାଣାଧୀନ କାନପୁର ବୃହତ ଜଳସେଚନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହିତ ଏହାର ଅଗ୍ରଗତି ନେଇ ତଦାରଖ କରିଥିଲେ। ନିର୍ଦ୍ଧାରିତ ଅବଧି, ଚଳିତ ବର୍ଷ ଜୁନ୍‌ ଶେଷ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ କିପରି ଶେଷ କରାଯିବ ସେନେଇ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ଏଥି ସହିତ ବଡ଼ବିଲଠାରେ ନିର୍ମାଣାଧୀନ ମେଗା ପାନୀୟ ଜଳ ପ୍ରକଳ୍ପ ଅଞ୍ଚଳ ବୁଲି ଅନୁଧ୍ୟାନ କରିଥିଲେ।

ଏହାପରେ ବଡ଼ବିଲସ୍ଥିତ ବାଣିଜ୍ୟକର ଓ ସେବାକର ମଣ୍ଡଳ କାର୍ଯ୍ୟାଳୟକୁ ଯାଇ ସେଠାରେ ପର୍ଯ୍ୟାୟ କ୍ରମେ ବାଣିଜ୍ୟକର, ଗ୍ରାମ୍ୟ ଉନ୍ନୟନ ଏବଂ ଓପିଟିସିଏଲର ଅଧିକାରୀଙ୍କ ସହିତ ବିଭିନ୍ନ ପ୍ରୋଜେକ୍ଟ ସମ୍ପର୍କରେ ଆଲୋଚନାକରି ସମୀକ୍ଷା କରିଥିଲେ। ବିଶେଷ କରି ସରକାରଙ୍କ ଦ୍ୱାରା ହାତକୁ ନିଆଯାଇଥିବା ବିଭିନ୍ନ ମେଗା ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା କ୍ଷେତ୍ରରେ ଯେଉଁସବୁ ପ୍ରତିବନ୍ଧକ ରହିଛି, ସେଗୁଡିକ କିପରି ଦୂର ହୋଇପାରିବ ଏନେଇ ପଦକ୍ଷେପ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହି ଗସ୍ତ ସମୟରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri