‘ଡିସେମ୍ବର ସୁଦ୍ଧା ସରିବ କାନପୁର ଡ୍ୟାମ୍‌ କାମ’

କେନ୍ଦୁଝର/ଆନନ୍ଦପୁର,୨୦ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବୁଧବାର କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଅଗ୍ରଗତିର ସମୀକ୍ଷା କରିଛନ୍ତି। ଯୋଡ଼ା ବ୍ଲକ୍‌ କାନପୁର ଜଳସେଚନ ପ୍ରକଳ୍ପ ଗସ୍ତ କରି ଏହି ପ୍ରକଳ୍ପ ଡିସେମ୍ବର ସୁଦ୍ଧା ସରିବ ବୋଲି କହିଥିଲେ। ଏଥିସହ ଜିଲାରେ ଗମନାଗମନ, ଯାତାୟାତ ବ୍ୟବସ୍ଥା ଆଦି ଉପରେ ସମୀକ୍ଷା କରିଥିଲେ। ଧରଣୀଧର ବିଶ୍ୱବିଦ୍ୟାଳୟ, ମେଡିିକାଲ କଲେଜ, ଓଡ଼ିଶା ମାଇନିଂ ସ୍କୁଲ କ୍ୟାମ୍ପସ ପରିଦର୍ଶନ କରି ସେଠାରେ ଭିତ୍ତିଭୂମି ବିକାଶ, ଶିକ୍ଷା ବ୍ୟବସ୍ଥା ଆଦି ଦେଖିବା ସହ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରି ବିଭିନ୍ନ ସୁବିଧା ଅସୁବିଧା ବୁଝିଥିଲେ। ମୁକୁନା ଗ୍ରାମକୁ ଯାଇ ମହିଳା ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କର ଆୟ କିପରି ଦ୍ୱିଗୁଣିତ ହୋଇଛି ସେ ବିଷୟରେ ଜାଣି ଖୁସିବ୍ୟକ୍ତ କରିଥିଲେ। ପୁରୁଣାବଜାରସ୍ଥିତ ବହୁ ପୁରାତନ ଶ୍ରୀ ଗୋପାଳ ଜୀଉ ପାଠାଗାରର ନୂତନ ଗୃହ ଉଦ୍‌ଘାଟନ କରିଥିଲେ। ପରେ ଜିଲାପାଳଙ୍କ ମିନି କନଫରେନ୍ସ ହଲ୍‌ରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଥିଲେ। ବୈଠକରେ ଜିଲାପାଳ ଆଶିଷ ଠାକରେ, ଆଇଏଏସ୍‌ (ପ୍ରୋବେସନ) ଧିମନ ଚକମାଙ୍କ ସମେତ ବିଭିନ୍ନ ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ। କେନ୍ଦୁଝର ଜିଲାର ବୃହତ ଜଳସେଚନ ପ୍ରକଳ୍ପ କାନପୁର ଜଳସେଚନ ପ୍ରକଳ୍ପ ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ ବୋଲି କହିଥିଲେ। ଆନନ୍ଦପୁର ବ୍ୟାରେଜରୁ ପାଣି ବିଦ୍ୟାଧରପୁର ବ୍ୟାରେଜକୁ ଚଳିତ ଖରିଫ ଋତୁରେ ଛଡ଼ାଯିବ। ଏହାଦ୍ୱାରା ଖଣିଫ ଋତୁରେ ଚାଷୀମାନେ ଉପକୃତ ହୋଇପାରିବେ। ସେହିପରି ଆନନ୍ଦପୁର ବ୍ୟାରେଜ ଓ କାନପୁର ଡ୍ୟାମ ଉପର ପାର୍ଶ୍ୱରେ ଥିବା ଚାଷୀମାନଙ୍କୁ ମେଗା ଉଠାଜଳସେଚନ ପ୍ରକଳ୍ପ ମାଧ୍ୟମରେ ଜଳ ଯୋଗାଇ ଦିଆଯିବ ବୋଲି ମତ ରଖିଥିଲେ। ବିଭିନ୍ନ ଗ୍ରାମ, ପଡ଼ା ତଥା ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ କିପରି ସବୁଦିନିଆ ଗମନାଗମନ ଓ ଯାତାୟାତ ବ୍ୟବସ୍ଥା ହୋଇପାରିବ, ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ଆଦି ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri