Posted inଜାତୀୟ

୨୫ରେ କେରଳର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୨୪-୨୫ ତାରିଖରେ ମଧ୍ୟପ୍ରଦେଶ, କେରଳ, ଦାଦ୍ରା ଏବଂ ନଗର ହାଭେଳି ଏବଂ ଡାମନ ଏବଂ ଡିୟୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅମସରରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ରେୱାଠାରେ ସୋମବାର ଅର୍ଥାତ୍‌ ୨୪ ତାରିଖରେ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ। ସେଠାରୁ ପ୍ରଧାନମନ୍ତ୍ରୀ ସିଧା କେରଳ ଯିବେ। କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ସା ୫.୩୦ରେ କୋଚିରେ ଏକ ରୋଡ ଶୋ’ କରିବେ। ଏହାପରେ ସା ୬ଟାରେ ଯୁବ କନକ୍ଲେଭରେ ଯୋଗ ଦେବେ। ଏହାକୁ କେରଳରେ ଭାଜପା ଦ୍ୱାରା ଶକ୍ତି ପ୍ରଦର୍ଶନ ବୋଲି କୁହାଯାଉଛି। ତେବେ ପ୍ରଧାନମନ୍ତ୍ରୀ କୋଚିର ତାଜ ମାଲାବାରରେ ରାତ୍ରି ଯାପନ କରିବେ ବୋଲି ଜଣାପଡିଛି। ପରଦିନ ମଙ୍ଗଳବାର ଅର୍ଥାତ୍‌ ୨୫ରେ ପୂର୍ବାହ୍ନ ୧୦.୩୦ ସମୟରେ ପ୍ରଧାନମନ୍ତ୍ରୀ ଥିରୁଭାନନ୍ତପୁରମ କେନ୍ଦ୍ରୀୟ ରେଳ ଷ୍ଟେଶନରୁ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହା କେରଳର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ହେବ, ଯାହା କାସରଗୋଡ ଏବଂ ଥିରୁଭାନନ୍ତପୁରମ ମଧ୍ୟରେ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri