ଜଗତସିଂହପୁରରୁ ନିଖୋଜ ଯବାନଙ୍କ ମୃତଦେହ ଯାଜପୁରରୁ ମିଳିଲା

ଯାଜପୁର/ଜଗତସିଂହପୁର ଅଫିସ,୨୦ା୪: ଜଗତସିଂହପୁର ଜିଲା ଏରସମା ଥାନା ଅଧୀନ ସୋମପୁର ଗ୍ରାମର ଯବାନ ସୂର୍ଯ୍ୟକାନ୍ତ କୁଆଁର ୧୭ ତାରିଖରୁ ନିଖୋଜ ରହିଥିଲେ। ଦୁଇ ଦିନ ପୂର୍ବରୁ ଯବାନଙ୍କ ବାଇକ୍‌ ଯାଜପୁର ଜିଲା ବଡ଼ଚଣା ଥାନା ଅଧିନସ୍ଥ ଧାନମଣ୍ଡଳ ନିକଟ ପାହାଡ଼ ପାଖରୁ ପୋଲିସ ଜବତ କରିଥିଲା। ବୁଧବାର ଡ୍ରୋନ୍‌ କ୍ୟାମେରା ସାହାଯ୍ୟରେ ବହୁ ଖୋଜାଖୋଜି ପରେ ବି ଯବାନଙ୍କ କୌଣସି ପତ୍ତା ମିଳି ନ ଥିଲା। ତେବେ ଗୁରୁବାର ଯାଜପୁର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଡିପିଓଙ୍କ ନେତୃତ୍ୱରେ ପୋଲିସର ତିନୋଟି ଟିମ୍‌, ବନ ବିଭାଗ କର୍ମଚାରୀ ସାହଯ୍ୟରେ ପାହାଡ଼ ଉପରେ ଚଢି ଖୋଜାଖୋଜି କରିଥିଲେ। ଶେଷରେ ଗୁରୁବାର ସକାଳୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ପହଞ୍ଚିବା ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯିବ। କେଉଁ କାରଣରୁ ଯବାନ ଜଣକ ନିକଞ୍ଚ ଜଙ୍ଗଲରେ ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଅନ୍ୟ କିଛି କାରଣ ଅଛି, ସେ ନେଇ ପୋଲିସ ଘଟଣାର ଖୋଳତାଡ଼ ଆରମ୍ଭ କରି ଅଧିକ ତଦନ୍ତ ଚଳାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ସୂର୍ଯ୍ୟକାନ୍ତ ଛତିଶଗଡ଼ରେ କାର୍ଯ୍ୟରତ ଥିଲେ। ସେ କିଛି ଦିନ ହେବ ଘରକୁ ଛୁଟିରେ ଆସିଥିଲେ। ସେ ସ୍ତ୍ରୀଙ୍କ ସହ ଜଗତସିଂହପୁର ଟାଉନରେ ରହୁଥିବା ବେଳେ ତାଙ୍କ ପରିବାର ଲୋକେ ସୋମପୁର ଗାଁରେ ରହୁଥିଲେ। ଗତ ୧୭ ତାରିଖରେ ତାଙ୍କ ଜେଜେମାଆଙ୍କ ଶୁଦ୍ଧକ୍ରିୟା ପାଇଁ ନିଜ ଗାଁ ସୋମପୁରକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଏନେଇ ପରିବାର ଲୋକେ ବହୁତ ଖୋଜାଖୋଜି କରିଥିଲେ ହେଁ ତାଙ୍କୁ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri