ରାଜରାସ୍ତାରେ ଗର୍ଜିଲେ ଅମଲା

ଢେଙ୍କାନାଳ ଅଫିସ,୨୧ା୪: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଲେବୁଲ ୯ ଗ୍ରେଡ ପେ ୪୨୦୦ ଟଙ୍କା ଦାବିରେ ଏହି ବିକ୍ଷୋଭ କରାଯାଇଥିଲା। ୨୦୧୭ରୁ ରାଜ୍ୟ ସରକାର ସ୍ନାତକ ଯୋଗ୍ୟତାକୁ ଗ୍ରହଣ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମାଟ୍ରିକ ଯୋଗ୍ୟତାରେ ଦରମା ପ୍ରଦାନ କରାଯାଉଛି। ଏ ସଂକ୍ରାନ୍ତରେ ଅମଲାମାନଙ୍କ ପକ୍ଷରୁ ବହୁବାର ଦାବି ସତ୍ତ୍ୱେ ରାଜ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ କରୁ ନ ଥିବା ଦୁର୍ଭାଗ୍ୟର ବିଷୟ ବୋଲି ମିଳିତ ଅମଲା ମଞ୍ଚ ପକ୍ଷରୁ କୁହାଯାଇଛି। ଯେ କୌଣସି ଜରୁରିକାଳୀନ ପରିସ୍ଥିତିରେ ଅମଲାମାନେ ନିଜର ଦାୟିତ୍ୱକୁ ସୂଚାରୁ ରୂପେ ସମ୍ପାଦନ କରିଥିଲା ବେଳେ ସେମାନଙ୍କର ନ୍ୟାଯ୍ୟ ଦାବି ପ୍ରତି ସରକାର ଉଦାସୀନତା ପ୍ରଦର୍ଶନ କରିବା ଦୁଃଖ ପରିତାପର ବିଷୟ ବୋଲି ଅମଲାମାନେ କହିଛନ୍ତି।

ସରକାର ଦାବିଗୁଡ଼ିକ ପୂରଣ ନ କଲେ ଆଗାୀ ଦିନରେ ଅମଲାମାନେ କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କରିବେ। ଏହା ସତ୍ତ୍ୱେ ପଦକ୍ଷେପ ନ ନିଆଯିବ ତେବେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ମିଳିତ ଅମଲା ମଞ୍ଚର ଅଧ୍ୟକ୍ଷ ବିଭୂତି ଭୂଷଣ ପଟ୍ଟନାୟକ ଓ ଆବାହକ ଅରୁଣ ବଳିୟାର ସିଂହ ଚେତାବନୀ ଦେଇଛନ୍ତି। ସକାଳ ୯ଟାରେ ଅମଲାମାନେ ବସ୍‌ଷାଣ୍ଡ ଟ୍ରାଫିକ ଛକ ନିକଟସ୍ଥ ହନୁମାନ ମନ୍ଦିର ସମ୍ମୁଖରୁ ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ସ୍ଲୋଗାନ ଦେଇ ଜିଲା କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri