Posted inଜାତୀୟ

ସାକେତ କୋର୍ଟ ଗୁଳିକାଣ୍ଡ ଘଟଣାରେ ଏଲଜିଙ୍କୁ ଘେରିଲା ଏଏପି

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର ସାକେତ କୋର୍ଟରେ ଗୁଳି ଚାଳନା ପରେ ଜଣେ ମହିଳା ଆହତ ହାଇଛନ୍ତି। ଏବେ ଏହି ଘଟଣାକୁ ନେଇ ଦିଲ୍ଲୀର ଆମ ଆଦମି ପାର୍ଟି(ଏଏପି) ସରକାର ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କୁ ଟାର୍ଗେଟ କରିଛନ୍ତି। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଅନ୍ୟ କଥାରେ ମୁଣ୍ଡ ପୁରାଇବା ଓ ହୀନ ରାଜନୀତି କରିବା ବଦଳରେ ସମସ୍ତଙ୍କୁ ନିଜ ନିଜ କାମ ଉପରେ ଧ୍ୟାନ ଦେବା ଭଲ। ଯଦି ସମ୍ଭାଳି ନ ପାରୁଛନ୍ତି ତେବେ ଇସ୍ତଫା ଦେଇ ଦିଅନ୍ତୁ। ଅନ୍ୟ କେହି କରିଦେବେ। ଲୋକଙ୍କ ସୁରକ୍ଷାକୁ ରାମ ଭରସାରେ ଛାଡିଦେବା ଠିକ ନୁହେଁ।
ଅନ୍ୟପଟେ ସାକେତ କୋର୍ଟ ଗୁଳିକାଣ୍ଡ ଘଟଣାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜ କହିଛନ୍ତି, ଉପରାଜ୍ୟପାଳ ଆସିବା ପରେ ଦିଲ୍ଲୀର ଆଇନ ଶୃଙ୍ଖଳା ପରିସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। କୋର୍ଟରେ ଗୁଳି ଫୁଟୁଛି। ପୋଲିସ ୩୬୫ କୋଟି ଭ୍ରଷ୍ଟାଚାରରେ ବୁଡି ଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଜଣେ ବ୍ୟକ୍ତି ଓକିଲ ପୋଷାକରେ ଆସି ସାକ୍ଷୀ ଦେବାକୁ ଆସିଥିବା ଜଣେ ମହିଳାଙ୍କୁ ଗୁଳି କରିଥିଲେ। ଏହାପରେ ଦିଲ୍ଲୀର ରାଜନୀତି ହୋଇଛି ସରଗରମ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri