Posted inଜାତୀୟ

ସତ୍ୟପାଲଙ୍କୁ ସିବିଆଇ ନୋଟିସ

ନୂଆଦିଲ୍ଲୀ,୨୧ା୪: ପୁଲଓ୍ବାମା ଆକ୍ରମଣ ସମ୍ପର୍କିତ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ଏକ ଭିନ୍ନ ମାମଲାରେ ପଚରାଉଚରା ପାଇଁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନୋଟିସ କରିଛି। ରିଲାଏନ୍ସ ଜେନେରାଲ ଇନ୍‌ସ୍ୟୁରାନ୍ସ ବିରୋଧରେ ଆଗତ ଏକ ଦୁର୍ନୀତି ମାମଲାରେ ଏପ୍ରିଲ ୨୮ରେ ସାକ୍ଷୀ ଭାବେ ହାଜର ହେବାକୁ ସିବିଆଇ ତାଙ୍କୁ କହିଛି।
୨୦୧୮ ସେପ୍ଟେମ୍ବରରେ ସତ୍ୟପାଲ ମଲିକ ଜମ୍ମୁ-କଶ୍ମୀର ରାଜ୍ୟପାଳ ଥିବାବେଳେ ରାଜ୍ୟର ସରକାରୀ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ ଏକ ମେଡିକାଲ ବୀମା ଯୋଜନା କାର୍ଯ୍ୟକାରୀ ହୋଇଥିଲା। ଉକ୍ତ ସ୍କିମ୍‌ରେ ୩.୫ ଲକ୍ଷ କର୍ମଚାରୀଙ୍କୁ ସାମିଲ କରାଯାଇଥିଲା। ତେବେ ସତ୍ୟପାଲ ଏଥିରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ରିଲାଏନ୍ସ ଜେନେରାଲ ଇନ୍‌ସ୍ୟୁରାନ୍ସ ସହ ହୋଇଥିବା କଣ୍ଟ୍ରାକ୍ଟକୁ ମାସକ ଭିତରେ ରଦ୍ଦ କରିଦେଇଥିଲେ। ସେତେବେଳେ ସେ କହିଥିଲେ, ମେଡିକାଲ ବୀମା ଯୋଜନାରେ ଜାଲିଆତି ହୋଇଥିବା ଜଣାପଡ଼ିବା ପରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା କର୍ମଚାରୀମାନେ ଏହି କଣ୍ଟ୍ରାକ୍ଟ ରଦ୍ଦ ହେଉ ବୋଲି ଚାହୁଁଛନ୍ତି। ଫାଇଲରେ ଥିବା ବିବରଣୀ ଅନୁଧ୍ୟାନ ପରେ ସେ ମଧ୍ୟ ସମାନ ନିଷ୍କର୍ଷରେ ପହଞ୍ଚତ୍ଥିଛନ୍ତି। ଭୁଲ୍‌ରେ ଦିଆଯାଇଥିବା ଠିକାକୁ ରଦ୍ଦ କରିଦେଇଥିବା ସତ୍ୟପାଲ କହିଥିଲେ। ସତ୍ୟପାଲଙ୍କ ଅଭିଯୋଗକ୍ରମେ ସିବିଆଇ ଗତବର୍ଷ ଏପ୍ରିଲରେ ୨ଟି ଏଫ୍‌ଆଇଆର୍‌ ରୁଜୁ କରିଥିଲା। ରିଲାଏନ୍ସ ଜେନେରାଲ ଇନ୍‌ସ୍ୟୁରାନ୍ସ ଏବଂ ଟ୍ରିନିଟି ରିଇନ୍‌ସ୍ୟୁରାନ୍ସ ବ୍ରୋକର୍ସ ପକ୍ଷରୁ ଆର୍ଥିକ ଅନିୟମିତତା ହୋଇଥିବାରୁ ସିବିଆଇ ଉକ୍ତ ଏଫ୍‌ଆଇଆର୍‌ରେ ଦୁଇ ସଂସ୍ଥାକୁ ଅଭିଯୁକ୍ତ ରୂପେ ଉଲ୍ଲେଖ କରିଛି। ବୀମା ଅନିୟମିତତା ଏବଂ କିରୁ ଜଳବିଦ୍ୟୁତ୍‌ ପ୍ରକଳ୍ପରେ ହୋଇଥିବା ୨,୨୦୦ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ସମ୍ପର୍କରେ ଅଧିକ ତଥ୍ୟ ହାସଲ ଲାଗି ଗତ ସେପ୍ଟେମ୍ବରରେ ସିବିଆଇ ପକ୍ଷରୁ ସତ୍ୟପାଲଙ୍କ ସହ ଯୋଗାଯୋଗ କରାଯାଇଥିଲା। ଏହି ମାମଲାରେ ପଚରାଉଚରା ପାଇଁ ସିବିଆଇର ନୂଆଦିଲ୍ଲୀସ୍ଥିତ ଆକବର ରୋଡ୍‌ ଗେଷ୍ଟ ହାଉସ୍‌କୁ ଡକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri