ଆନନ୍ଦପୁର,୨୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ମଦନପୁର ପଞ୍ଚାୟତ ହସନପୁର ଗ୍ରାମରେ ହାତୀ ଆକ୍ରମଣର ଶିକାର ହୋଇ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ଗ୍ରାମର ବଟକୃଷ୍ଣ ପ୍ରଧାନ(୬୫) ସକାଳୁ ଶୌଚ ହେବାକୁ ଗାଁ ନିକଟ ପଳାସ ବଣକୁ ଆସିଥିବା ସମୟରେ ଦୁଇଟି ହାତୀ ତାଙ୍କ ସାମ୍ନାକୁ ଆସିଥିଲେ। ନିମିଷକ ମଧ୍ୟରେ ଗୋଟିଏ ହାତୀ ବୃଦ୍ଧଙ୍କୁ ପାଦରେ ଚାପି ଦେଇଥିଲା। ଖବରପାଇ ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଲକ୍ଷ୍ୟ କରିବା ସହିତ ସ୍ଥାନୀୟ ଲୋକଙ୍କୁ ସଚେତନ କରାଇଛନ୍ତି। ହାତୀ ଦୁଇଟି ବେଲବାହାଳିର କାଜୁ ବଗିଚାରେ ଲୁଚି ଥିବା ଜଣାପଡ଼ିବା ପରେ ପୋଲିସ ଓ ବନିବିଭାଗ କାଜୁ ବଗିଚା ଉପରେ ନଜର ରଖିଛନ୍ତି। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୪୦ ହଜାର ଟଙ୍କାର ଚେକ୍ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ବନ ବିଭାଗ ପକ୍ଷରୁ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଥିବା ବେଳେ ଯାଜପୁର ଜିଲା ଟମକା ସଂରକ୍ଷିତ ଜଙ୍ଗଲରୁ ହାତୀ ଗୋଠ ଛଡ଼ା ହୋଇ ପଳାଇ ଆସିଥିବା ଡିଏଫ୍ଓ ଅଭୟ କୁମାର ଦଳେଇ ସୂଚନା ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା
ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...
କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…
ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...
ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା
ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...
ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…
ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
Archives


