Posted inଜାତୀୟ

ରାହୁଲ ବାସଭବନ ଛାଡ଼ିବା ସମୟରେ କାନ୍ଦିଲେ ପ୍ରିୟଙ୍କା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୨ା୪: ଲୋକ ସଭା ସଦସ୍ୟତା ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ୧୨ ତୋଗଲକ୍‌ ଲେନରେ ଥିବା ସରକାରୀ ବାସଭବନ ଶନିବାର ଛାଡ଼ି ଦେଇଛନ୍ତି। ଗତ ୧୪ ତାରିଖରେ କାର୍ଯ୍ୟାଳୟ କାଗଜପତ୍ର ସହ ନିଜର କିଛି ସାମଗ୍ରୀ ମାଆ ସୋନିଆ ଗାନ୍ଧୀଙ୍କ ବାସଭବନକୁ ଶିଫ୍ଟ କରି ଦେଇଥିଲେ। ଶୁକ୍ରବାର ମଧ୍ୟ ରାହୁଲ ଆଉ କିଛି ଆସବାବପତ୍ର ନେଇଯାଇଥିଲେ। ତେବେ ଆଜି ବାସଭବନକୁ ପୂରା ଖାଲି କରିଛନ୍ତି। ପ୍ରାୟ ଦୁଇ ଦଶନ୍ଧି ଧରି ରାହୁଲ ଉକ୍ତ ବାସଭବନରେ ରହି ଆସୁଥିଲେ। ଯେଉଁ ବାସଭବନକୁ ଏମ୍‌ପି ଭାବେ ଦିଆଯାଇଥିଲା।

ରାହୁଲ ବାସଭବନ ଛାଡ଼ିବା ସମୟର ଭିଡିଓ ନିଜେ ତାଙ୍କ ଟୁଇଟର ପେଜ୍‌ରେ ଶେୟାର କରିଛନ୍ତି। ଭିଡିଓରେ ଦେଖିବାକୁ ମିଳିଛି ରାହୁଲ ବାସଭବନ ଛାଡ଼ିବା ସମୟରେ ତାଙ୍କ ଭଉଣୀ ପ୍ରିୟଙ୍କା ମଧ୍ୟ ତାଙ୍କ ସାଙ୍ଗରେ ରହିଛନ୍ତି। ରାହୁଲ ଗୋଟିଏ ରୁମ୍‌ରୁ ଆଉ ଗୋଟିଏ ରୁମ୍‌କୁ ଯାଉଛନ୍ତି। ସବୁ ଲାଇଟ୍‌ ସୁଇଚ୍‌ ଅଫ୍‌ ବି କରୁଛନ୍ତି। ତାଲା ପକାଇ ଚାବି କର୍ମଚାରୀଙ୍କୁ ହସ୍ତାନ୍ତର କରୁଛନ୍ତି। ଏହି ସମୟରେ ଭଉଣୀ ପ୍ରିୟଙ୍କାଙ୍କ ଆଖିରେ ଲୁହ ଆସିଥିଲା। ସେ ଲୁହ ପୋଛୁଥିବାର ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓରେ ରାହୁଲ କହିଛନ୍ତି, ଏହି ଘରକୁ ଭାରତର ଲୋକମାନେ ମୋତେ ୧୯ ବର୍ଷ ଧରି ଦେଇଥିଲେ। ମୁଁ ସେମାନଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି। ଆଜିକାଲି ସତ କହିବାର ମୂଲ୍ୟ ବି ଅଛି। ମୂଲ୍ୟ ଯାହା ବି ହେଉ ମୁଁ ଦେବି।

ଅନ୍ୟପକ୍ଷରେ ପ୍ରିୟଙ୍କା କହିଛନ୍ତି, ମୋ’ ଭାଇ ସତ କହିଥିବାରୁ ତାକୁ ଦଣ୍ଡ ମିଳିଛି। ସଂଗ୍ରାମ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri