କେନ୍ଦୁଝରରେ ଅଖିମୁଠି ଅନୁକୂଳ କଲେ ବିଧାୟକ ମୋହନ ମାଝି

ପାଟଣା,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାସ୍ତରୀୟ ଅକ୍ଷୟ ତୃତୀୟା ଓ କୃଷକ ଦିବସ ପାଟଣା ବ୍ଲକ ମଲ୍ଲୀପଶି ପଞ୍ଚାୟତ ମୂଷାଖରୀ ଆମ୍ବତୋଟା ନିକଟ ଜମିରେ ରବିବାର ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ଯୋଗ ଦେଇ ଅଖିମୁଠି ଅନୁକୂଳ କରଛିନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ କୃଷକ କଲ୍ୟାଣ ଯୋଜନାରୁ ଚାଷୀମାନେ ଲାଭାନ୍ବିତ ହେବେ ବୋଲି ଆଶା କରୁଛି ବୋଲି ସେ କହିଥିଲେ। ଅନ୍ୟତମ ଅତିଥି ଭାବେ ଜିଲା କୃଷି ଅଧିକାରୀ ରାମକୃଷ୍ଣ ପଣ୍ଡା ଯୋଗ ଦେଇ ଏବର୍ଷ ଅକ୍ଷୟ ତୃତୀୟାରେ ପାଗ ଅନୁକୂଳ କରିଛି ନିଶ୍ଚୟ। ଏହା ଚାଷୀକୁଳ ମୁଁହରେ ହସ ଫୁଟାଇବ ଏହା ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ପଟଣା ଅଧ୍ୟକ୍ଷ ସୁରେନ ମହାନ୍ତ କର୍ତ୍ତା ଭାବେ କାର୍ଯ୍ୟ ତୁଲାଇ ଥିଲେ ପୂଜକ ଭାବେ କୁଳମଣି ଷଡ଼ଙ୍ଗୀ ମନ୍ତ୍ର ପାଠ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମଲ୍ଲୀପଶି ସରପଞ୍ଚ ଭାମା ମଣୀ ଦାସ, ବଡ଼ ପାଟଣା ସରପଞ୍ଚ ବିନତି ବାନରା,ପାଟଣା ସମିତିସଭ୍ୟ ମୋହନ ସୁନ୍ଦର ମହାନ୍ତ, କୃଷି ଜିଲା ଅଧିକାରୀ ଘଟଗାଁ ମିହିର କୁମାର ସାହୁ, ଜଳ ବିଭାଜିକା ପ୍ରକଳ୍ପ  ନିର୍ଦ୍ଦେଶକ ସୁଶାନ୍ତ କୁମାର ମଲ୍ଲିକ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ଜୟନ୍ତ କୁମାର ନାଏକ, ବ୍ଲକ କୃଷି ଅଧିକାରୀ କୃପାସିନ୍ଧୁ ସାହୁ ବ୍ଲକ ପ୍ରାଣୀଧନ ଚିକିତ୍ସା ଅଧିକାରୀ ବିଜୟ କୁମାର ସେଠୀ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ସହକାରୀ କୃଷି ଅଧିକାରୀ ପରେଶ କୁମାର ଦାଶ, ବର୍ଷା ବୈଶାଳୀ,ଦୁର୍ଗା ଚରଣ ତ୍ରିପାଠୀଙ୍କ ସହ କୃଷି ବିଭାଗର କର୍ମଚାରୀ ପରିଚାଳନା କରିଥିଲେ। ପରିଶେଷରେ ଜିଲା କୃଷି ଅଧିକାରୀ ରାମକୃଷ୍ଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ କୃଷକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri