Posted inଜାତୀୟ

ବୋମ୍ମାଇ-ସିଦ୍ଧରମୈୟା ମୁହାଁମୁହିଁ…

ବେଙ୍ଗାଲୁରୁ,୨୩।୪ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଟାର୍ଗେଟ କରିଛନ୍ତି। ସିଦ୍ଧରମୈୟା ଏକ ବିବୃତ୍ତି ଦେଇଥିଲେ। ଯାହାକୁ ନେଇ ବିବାଦ ଦେଖାଦେଇଛି। ଯେତେବେଳେ ମୁଖ୍ୟମନ୍ତ୍ରୀ ବୋମ୍ମାଇଙ୍କୁ ଏହି ବିଷୟରେ ପଚରାଯାଇଥିଲା ସେତେବେଳେ ସେ କହିଥିଲେ, ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଏପରି ବିବୃତ୍ତି କରିବା ଠିକ ନୁହେଁ। ସେ କହୁଛନ୍ତି ସମଗ୍ର ଲିଙ୍ଗାୟତ ସମ୍ପ୍ରଦାୟ ଦୁର୍ନୀତିଗ୍ରସ୍ତ। ଅତୀତରେ ବ୍ରାହ୍ମଣମାନଙ୍କୁ ମଧ୍ୟ ଅପମାନିତ କରାଯାଇଥିଲା। ଏହାପୂର୍ବରୁ ସେ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେ ଲିଙ୍ଗାୟତ ଏବଂ ଭେରାଶାୟା ସମ୍ପ୍ରଦାୟକୁ ଭାଙ୍ଗିବାକୁ ଚେଷ୍ଟା କରିଥିଲେ। ରାଜ୍ୟବାସୀ ତାଙ୍କୁ ଏକ ଉଚିତ ଶିକ୍ଷା ଦେବେ।

 

ଲିଙ୍ଗାୟତ ସମ୍ପ୍ରଦାୟର ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ହେବା ବିଷୟରେ ସିଦ୍ଧରମୈୟାଙ୍କୁ ପଚରାଯାଇଥିଲା, ସେ କହିଥିଲେ, ଲିଙ୍ଗାୟତ ସମ୍ପ୍ରଦାୟର ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଛନ୍ତି। କିନ୍ତୁ ସେମାନେ ସମସ୍ତ ଦୁର୍ନୀତିର ମୂଳ ଅଟନ୍ତି। ଏହାକୁ ନେଇ ଭାଜପା ସିଦ୍ଧରମୈୟାଙ୍କୁ ଘେରି ଏହାକୁ ସମଗ୍ର ଲିଙ୍ଗାୟତ ସମ୍ପ୍ରଦାୟ ପାଇଁ ଅପମାନ ବୋଲି କହିଛି। ତେବେ ସିଦ୍ଧରମୈୟା ସ୍ପଷ୍ଟ କରିଛନ୍ତି, ସେ ବେମ୍ମୋଇଙ୍କ ବିଷୟରେ ମନ୍ତବ୍ୟ ଦେଇଛନ୍ତି । ମାତ୍ର ତାଙ୍କ ମନ୍ତବ୍ୟର ଭିନ୍ନ ଅର୍ଥ ବାହାର କରାଯାଇ ଏହାକୁ ବିକୃତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri