ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରି ଗୋଟିଏ ବାଇକ ଜବତ ହୋଇଛି। ଏହି ଅଭିଯୁକ୍ତମାନେ ସବୁଦିନ କ୍ୟାମ୍ପସ ଭିତରେ କ୍ରିକେଟ ଖେଳନ୍ତି।

ସୂଚନାଯୋଗ୍ୟ, ଶନିବାର ସକାଳେ ଆମ୍ବେଦକର ହଷ୍ଟେଲର କିଛି ଛାତ୍ର କଲେଜ ପଡ଼ିଆରେ କ୍ରିକେଟ ଖେଳିବାକୁ ଯାଇଥିଲେ। ସେଠାରେ ସେମାନଙ୍କୁ ଏହି ଅଣଛାତ୍ରମାନେ ଆକ୍ରମଣ କରିଥିଲେ। ୩୦ରୁ ଅଧିକ ଅଣଛାତ୍ର ଖଣ୍ଡା, ବ୍ୟାଟ୍‌ ଓ ଅନ୍ୟାନ୍ୟ ମାରଣାସ୍ତ୍ରରେ କଲେଜ ଛାତ୍ରଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଏଥିରେ ୩ ଛାତ୍ର ଗୁରୁତର ହୋଇଥିଲେ। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏନେଇ ୫ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ବେଳେ ଆଜି ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri