ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ ଅଫିସ,୨୩ା୪: ଜୁନ ୨୦ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ପୂଜାର୍ଚ୍ଚନା ସହ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ସୋମବାର ଠାରୁ ରାଜନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ସେହିପରି ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହୋଇଛି। ଏପରିକି ଶ୍ରୀରାମକୃଷ୍ଣ, ଶ୍ରୀମଦନମୋହନ, ଶ୍ରୀଦେବୀ, ଭୂଦେବୀ ଆଜ୍ଞାମାଳ ପାଇ ପାଲିଙ୍କି ଓ ବିମାନକୁ ବିଜେ କରିଥିଲେ। ୩ ବାଡ଼ରୁ ୩ପୂଜାପଣ୍ଡା ଆଣିଥିବା ଆଜ୍ଞାମାଳ ଧରି ଆଗରେ ଏବଂ ବିଜେ ପ୍ରତିମା ପଟୁଆରରେ ଶ୍ରୀନଅର ନିକଟକୁ ବିଜେ କରିଥିଲେ। ସେହିପରି ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ତିନିଖଣ୍ଡ ଧଉରା କାଠକୁ ବିଧି ବିଧାନ ଅନୁଯାୟୀ ଧୁଆଯାଇ ରଖାଯାଇଥିଲା। ଶ୍ରୋତ୍ରୀୟ ବ୍ରାହ୍ମଣମାନେ ରଥଖଳାରେ ବନଯାଗ ପଦ୍ଧତିରେ ରଥକାଠ ନୀତି ଅନୁକୂଳ କରିଥିଲେ। ଶ୍ରୀମନ୍ଦିରରୁ ବୈଷ୍ଣବାଗ୍ନି ଆଣି ହୋମରେ ଅଗ୍ନି ସ୍ଥାପନା କରାଯାଇଥିଲା। ନୃସିଂହ ମନ୍ତ୍ରରେ ଆହୁତି ଦିଆଯାଇଥିଲା। ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ତିନୋଟି କୁରାଢ଼ିକୁ ଅଭିମନ୍ତ୍ରିତ କରି ପୂଜା କରାଯାଇଥିଲା। ଶ୍ରୀମନ୍ଦିରରୁ ୩ଜଣ ପୂଜାପଣ୍ଡା ଆଜ୍ଞାମାଳ ଧରି ଆସିଥିବାବେଳେ ପଟ୍ଟଯୋଶୀ ମହାପାତ୍ରଙ୍କ ଉପସ୍ଥିତିରେ ରଥ ନିର୍ମାଣକାରୀ ବିଶ୍ୱକର୍ମା ମହାରଣା, ରୂପକାର, ଓଝା ଏବଂ ଭୋଇ ସେବକମାନଙ୍କ ଶାଢ଼ିବନ୍ଧା ନୀତି ଦେଉଳକରଣ ସମାପନ କରିଥିଲେ। ରଥତ୍ରୟ ନିର୍ମାଣର ଶୁଭାନୁକୂଳ ନିମନ୍ତେ ପୂଜା ପାଇଁ ରଖାଯାଇଥିବା ୩ଟି ଧଉରା କାଠରେ ଆଜ୍ଞାମାଳ ଲାଗି କରାଯାଇଥିଲା। ପରେ ତିନିରଥର ମୁଖ୍ୟ ମହାରଣାମାନଙ୍କ ଦ୍ୱାରା ଅନୁକୂଳ ନୀତି ସମ୍ପନ୍ନ ହୋଇଥିଲା। ଅନୁକୂଳ କାର୍ଯ୍ୟ ସମ୍ପନ୍ନ ପରେ ଠାକୁର, ଠାକୁରାଣୀ ଚାପ ଖେଳିବାକୁ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀ ଚନ୍ଦନ ଚକଡ଼ା ଅଭିମୁଖେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri