Posted inଜାତୀୟ

କୋଚିରେ ପହଞ୍ଚି ପଦଯାତ୍ରା କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ,୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେରଳରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କେରଳର ଅନେକ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ବରିଷ୍ଠ ଧର୍ମଗୁରୁମାନଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀ କୋଚିରେ ପହଞ୍ଚିବା ଚାଲି ଚାଲି ରୋଡ ଶୋ’ କରିଥିଲେ। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ବହୁ ସଂଖ୍ୟକ ଲୋକ ଆସିଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ ରାସ୍ତା କଡ଼ରେ ଠିଆ ହୋଇଥିବା ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସହରରେ ୨,୦୬୦ ପୋଲିସ ମୁତୟନ ହୋଇଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ ଏବଂ ଯୁବ ୨୦୨୩ କାର୍ଯ୍ୟକ୍ରମରେ ଯୁବକମାନଙ୍କ ସହ ମଧ୍ୟ ଯୋଗାଯୋଗ କରିବେ। କେରଳର ଆଠଜଣ ବିଶିଷ୍ଟ ବରିଷ୍ଠ ପୁରୋହିତଙ୍କୁ କୋଚିରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ନିମନ୍ତ୍ରଣ କରାଯାଇଛି।

ପ୍ରଧାନମନ୍ତ୍ରୀ ମଙ୍ଗଳବାର ବିମାନ ଯୋଗେ ଆଇଏନ୍‌ଏସ ଗରୁଡରୁ ଥିରୁଭାନନ୍ତପୁରମ ବିମାନବନ୍ଦରକୁ ଯିବେ। ସେଠାରୁ ଥିରୁଭାନନ୍ତପୁରମ କେନ୍ଦ୍ରୀୟ ରେଳ ଷ୍ଟେସଶନକୁ ଯାଇ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ। ସେଠାରୁ ପ୍ରଧାନମନ୍ତ୍ରୀ କେରଳ ସେଣ୍ଟ୍ରାଲ ଷ୍ଟାଡିୟମକୁ ଯାଇ ଅନେକ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଦେଶର ପ୍ରଥମ ଡିଜିଟାଲ ସାଇନ୍ସ ପାର୍କର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହାପରେ ସେ ମଙ୍ଗଳବାର ଅପରାହ୍ନରେ କେରଳରୁ ଗୁଜରାଟ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri