‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର କହିଛନ୍ତି। ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପରିସରରେ ଜି-୨୦ ଶିକ୍ଷା ଓ୍ବାର୍କିଂ ଗ୍ରୁପ୍‌ର ତୃତୀୟ ବୈଠକ ପରିପ୍ରେକ୍ଷୀରେ ଚାଲିଥିବା ‘ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ’ର ସୋମବାର ଥିଲା ଦ୍ୱିତୀୟ ଦିବସ। କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ, ଏହି ସମ୍ମିଳନୀରେ ଲଜିଷ୍ଟିକ୍ସ କ୍ଷେତ୍ରରେ ସମନ୍ବୟ, ଉପକୂଳ ଅର୍ଥ ବ୍ୟବସ୍ଥା ଏବଂ ଦୀର୍ଘ ସ୍ଥାୟିତ୍ୱ ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯାଉଛି। ଉପକୂଳ ଅର୍ଥ ବ୍ୟବସ୍ଥାରେ ଦକ୍ଷତା ବିକାଶ ପରିଦୃଶ୍ୟ ପାଇଁ ଏସବୁ ଆଲୋଚନା ଜରୁରୀ। ଆଗାମୀ ଦିନରେ ଲଜିଷ୍ଟିକ୍ସ କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ପାଇଁ ଅପାର ସୁଯୋଗ ସୃଷ୍ଟି ହେବ। ସେମି କଣ୍ଡକ୍ଟର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ଦ୍ୱାରା ଏହାକୁ ସଶକ୍ତ କରାଗଲେ ନିବେଶ, ଉଦ୍ୟମିତା ଓ ନିଯୁକ୍ତି ପାଇଁ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇପାରିବ। ସୁଯୋଗର ପ୍ରତିନିଧିତ୍ୱ କରିବା ଏବଂ ଆହ୍ବାନର ମୁକାବିଲା କରିବା ଲାଗି ସମଗ୍ର ବିଶ୍ୱ ପାଇଁ ଏହାଏକ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ସେହିପରି ଦେଶରେ ମୋବାଇଲ ଫୋନ ଉତ୍ପାଦନ ସମ୍ପର୍କରେ ଉଦାହରଣ ଦେଇ କେନ୍ଦ୍ରମନ୍ତ୍ରୀ କହିଲେ, ୨୦୧୪ରେ ଭାରତରେ ବ୍ୟବହୃତ ୮୨% ମୋବାଇଲ ଫୋନ୍‌ ବାହାରୁ ଆମଦାନୀ କରାଯାଉଥିଲା। ମାତ୍ର ୨୦୨୨ରେ ଭାରତରେ ଉପଯୋଗ କରାଯାଉଥିବା ପ୍ରାୟ ୧୦୦% ମୋବାଇଲ ଫୋନ୍‌ ଆମ ଦେଶରେ ହିଁ ନିର୍ମାଣ କରାଯାଉଛି। ୨୦୧୪ରେ ଭାରତର ମୋବାଇଲ ଫୋନ ରପ୍ତାନି ସମ୍ପୂର୍ଣ୍ଣ ଶୂନ୍ୟ ସ୍ତରରେ ଥିବାବେଳେ ଚଳିତବର୍ଷ ୧୧ ବିଲିୟନ ଡଲାର ମୂଲ୍ୟର ଆପଲ୍‌ ଏବଂ ସାମ୍‌ସଙ୍ଗ ଫୋନ ବିଦେଶକୁ ରପ୍ତାନି କରିଛି। ଏବେ ବିଶ୍ୱର ବଡ଼ବଡ଼ ସେମି କଣ୍ଡକ୍ଟର, ଇଲେକ୍ଟ୍ରୋନିକ୍ସ, ମୋବାଇଲ ଏବଂ ଅନ୍ୟାନ୍ୟ ଉତ୍ପାଦ ନିର୍ମାତା ଭାରତରେ ସେମାନଙ୍କ ସାମଗ୍ରୀ ତିଆରି ସହ ବିକ୍ରି ଓ ରପ୍ତାନି କରିବା ଲାଗି ଆଗ୍ରହୀ ହେଉଛନ୍ତି। ଦେଶରେ ଲଜିଷ୍ଟିକ୍ସ ଇକୋସିଷ୍ଟମ ଏବେ ଅଧିକ ଦକ୍ଷ ହୋଇପାରିଛି। ଭବିଷ୍ୟତରେ ସ୍କିଲିଂ, ଅପସ୍କିଲିଂ ଓ ରିସ୍କିଲିଂ ବା ନିରନ୍ତର ଦକ୍ଷତା ବିକାଶ ଉପରେ ଗୁରୁତ୍ୱାରୋପ କରାଯିବ। ତେଣୁ ଦକ୍ଷତା ବିକାଶ ସବୁବେଳେ ଏକ ନିରନ୍ତର ପ୍ରକ୍ରିୟା ହୋଇ ରହିବ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ।
ସମାରୋହରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ସଚିବ ଅତୁଲ କୁମାର ତିୱାରୀ, ସିଆଇଆଇର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ଟିଭିଏସ ସପ୍ଲାଇ ଚେନ ସଲ୍ୟୁଶନ୍ସର ଉପସଭାପତି ଆର୍‌. ଦିନେଶ, ଡେଲଏଟ୍‌ର ଭାଗୀଦାର ଏନ୍‌.ଏସ୍‌.ଏନ୍‌. ମୂର୍ତ୍ତି ପ୍ରମୁଖ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଉପରେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri