ଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

ଯୋଡ଼ା, ୧।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଅବସ୍ଥିତ ଏସେଲ ଜିଲିଂ ଖଣିରେ ବିଭିନ୍ନ ଦାବି ନେଇ କେନ୍ଦୁଝର ମାଇନ୍ସ ଆଣ୍ଡ ଫରେଷ୍ଟ ଓ୍ବାର୍କର୍ସ ୟୁନିୟନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବୁଧବାର ପ୍ରାୟ ୧୧ ଘଟିକା ସମୟରେ ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଶ୍ରମିକ ଖଣି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରି କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଖଣିରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକ, କର୍ମଚାରୀ ଓ ସେମାନଙ୍କର ପରିବାର ଲୋକଙ୍କୁ ମାଗଣାରେ ସମସ୍ତ ଚିକିତ୍ସା ଖର୍ଚ୍ଚ ପ୍ରଦାନ କରିବା, ଦୀର୍ଘ ଦିନ ଧରି ଠିକାଦାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ କମ୍ପାନୀରେ ସ୍ଥାୟୀ ନିଯୁକ୍ତି କରାଇବା, ଗତ ବର୍ଷ ଠାରୁ ଚଳିତ ବର୍ଷ ଅଧିକ ବୋନସ ଦେବା, ଠିକା ଶ୍ରମିକଙ୍କର ଇନ୍‌କ୍ରିମେଣ୍ଟ ବ୍ୟବସ୍ଥା ଲାଗୁ କରିବା ଦାବି ଶ୍ରମିକ ସଂଗଠନ ପକ୍ଷରୁ ହୋଇଆସୁଥିଲେ ହେଁ ପୂରଣ ନ ହେବାରୁ ଏହି ବିକ୍ଷୋଭ କରାଯାଇଥିଲା। ଏତଦବ୍ୟତୀତ ସମସ୍ତ ଶ୍ରମିକ କଲୋନୀରେ ପିଇବା ପାଣି ବ୍ୟବସ୍ଥା କରିବା, ବିଜୁଳି ବ୍ୟବସ୍ଥା କରାଇବା ଇତ୍ୟାଦି ଦାବି ମଧ୍ୟ କରାଯାଇଥିଲା ା ୧୫ ଦିନ ମଧ୍ୟରେ ଏହି ଦାବିର ସମାଧାନ ନ ହେଲେ ଶ୍ରମିକ ସଂଗଠନ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବ ବୋଲି ଘୋଷଣା କରାଯାଇଛି। ଏହି ଆନ୍ଦୋଳନରେ ଶ୍ରମିକ ସଙ୍ଗଠନ ପକ୍ଷରୁ ଶ୍ରମିକ ନେତା ରାମକୃଷ୍ଣ ପଣ୍ଡା, ମହେଶ୍ୱର ରାଉତ, ବିଦ୍ୟାଧର ମହାନ୍ତ, କପିଳ ମହାନ୍ତି, ବଦ୍ରୁ ଜାମା, କାହ୍ନୁ ସାମଲ ଓ ସନ୍ତୋଷ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ ା ଏନେଇ ଶ୍ରମିକ ନେତା ମହେଶ୍ୱର ରାଉତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ବାରମ୍ବାର ଖଣି କମ୍ପାନୀକୁ ଶ୍ରମିକ ସଂଗଠନ ପକ୍ଷରୁ ଦାବି କରାଯାଉଥିଲେ ହେଁ, ଶ୍ରମିକଙ୍କର ସମୂହ ସ୍ବାର୍ଥକୁ ଏସେଲ୍‌ କମ୍ପାନୀ ଦୃଷ୍ଟି ଦେଉନାହାନ୍ତି। ଦାବି ନ ମାନିଲେ ଶ୍ରମିକ ସଂଘ ଅନିର୍ଦ୍ଦିଷ୍ଟ କାଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri