Posted inଜାତୀୟ

ଶାହା-ଓଓ୍ବାଇସି ମୁହଁ।ମୁହିଁ

ନୂଆଦିଲ୍ଲୀ,୨୬ା୪: ଦକ୍ଷିଣ ଭାରତର ତାମିଲନାଡୁ, କର୍ନାଟକ, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା ଓ କେରଳରେ ପୂର୍ବ କିମ୍ବା ବର୍ତ୍ତମାନର ରାଜ୍ୟ ସରକାରମାନେ ଭୋଟ ହାତେଇବା ପାଇଁ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଅଧିକ ସୁବିଧା ଦେଉଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏଭଳି ସ୍ଥିତିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କର୍ନାଟକର ବଗଲକୋଟରେ ଭାଜପାର ଏକ ସଭାକୁ ସମ୍ବୋଧିତ କରି ମୁସଲମାନ ସମ୍ପ୍ରଦାୟ ପାଇଁ ଉଦ୍ଦିଷ୍ଟ ୪% ସଂରକ୍ଷଣ ଉଚ୍ଛେଦ ନିଷ୍ପତ୍ତିକୁ ଯଥାର୍ଥ ଦର୍ଶାଇଛନ୍ତି। ଶାହା କହିଛନ୍ତି, ଧର୍ମ ଆଧାରିତ ସଂରକ୍ଷଣକୁ ଭାଜପା ବିଶ୍ୱାସ କରେନାହିଁ। ବିଧାନସଭା ନିର୍ବାଚନ ପରେ କ୍ଷମତାକୁ ଆସିଲେ କଂଗ୍ରେସ ଏହି ବ୍ୟବସ୍ଥାକୁ ପୁନଃ ପ୍ରଚଳନ କରିବା ନେଇ ଦେଇଥିବା ପ୍ରତିଶ୍ରୁତିକୁ ମଧ୍ୟ ଶାହା ସମାଲୋଚନା କରିଛନ୍ତି। ଭାଜପା ଧର୍ମ ଆଧାରିତ ଭୋଟ ବ୍ୟାଙ୍କ ରାଜନୀତିରେ ବିଶ୍ୱାସ କରେନାହିଁ। ତେଣୁ ମୁସଲମାନ ସଂରକ୍ଷଣକୁ ହଟାଇ ଲିଙ୍ଗାୟତ ଓ ଭୋକାଲିଙ୍ଗାଙ୍କ କୋଟା ହାରକୁ ବୃଦ୍ଧି କରିଛି। ଏହାର ଦିନକ ପୂର୍ବରୁ ଶାହା ତେଲଙ୍ଗାନାର ଚେଭେଲ୍ଲା ରାଲିରେ କହିଥିଲେ, ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ଧର୍ମ ଆଧାରିତ ସଂରକ୍ଷଣ ଅସାମ୍ବିଧାନିକ। ଭାଜପା ତେଲଙ୍ଗାନାରେ କ୍ଷମତାକୁ ଆସିଲେ ମୁସଲମାନ ସମ୍ପ୍ରଦାୟକୁ ଦିଆଯାଉଥିବା ୪% ସଂରକ୍ଷଣକୁ ଉଚ୍ଛେଦ କରାଯିବ। କେସିଆର୍‌ ରାଜ୍ୟରେ ଏମ୍‌ଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଏଜେଣ୍ଡାକୁ କାର୍ଯ୍ୟକାରୀ କରୁଛନ୍ତି। ଏହା ଉପରେ ଓଓ୍ବାଇସି କହିଛନ୍ତି, ମୋ ନାମ ଧରି ଆଉ କେତେଦିନ କାନ୍ଦିବ। ରେକର୍ଡ ଭାଙ୍ଗୁଥିବା ମୁଦ୍ରାସ୍ପୀତି ଓ ବେକାରି ପ୍ରସଙ୍ଗ ଉପରେ କିଛି କୁହନ୍ତୁ ବୋଲି ଶାହାଙ୍କ ଉଦ୍ଦେଶ୍ୟରେ ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri