Odisha Elections 2024

୨୦ ହଜାର ଲୋକଙ୍କୁ ଚିକିତ୍ସା ଯୋଗାଉଛନ୍ତି ଜଣେ ଡାକ୍ତର

ପୋଟେରୁ,୨୬।୪ (ଡି.ଏନ୍‌.ଏ.) ଅବ୍ୟବସ୍ଥାରେ ଚାଲିଛି ଏମ୍‌ଭି-୫୫ସ୍ଥିତ ସ୍ବାସ୍ଥ୍ୟକେନ୍ଦ୍ର। ପୋଟେରୁ ଆଖପାଖର ୪ଟି ପଞ୍ଚାୟତର ୨୦ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରକରନ୍ତି। ଏତେ ସଂଖ୍ୟକ ଲୋକଙ୍କ ପାଇଁ ଏଠାରେ ରହିଛନ୍ତି ଜଣେ ମାତ୍ର ଡାକ୍ତର। ଏଠାରେ ଆମ୍ବୁଲାନ୍ସ ନାହିଁ କି ନାହାନ୍ତି ଆବଶ୍ୟକ ସଂଖ୍ୟକ କର୍ମଚାରୀ। କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଚିତ୍ରାଙ୍ଗପଲ୍ଲି, ବଦିଲି, ଗୁମୁକା ଓ ଉଣ୍ଡୁରୁକୋଣ୍ଡା ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ବିଭିନ୍ନ ସମୟରେ ଆହତ ରୋଗୀ ଆସିଲେ ତାଙ୍କ ପଟି ବାନ୍ଧିବା କାମ ମଧ୍ୟ ଡାକ୍ତର ଜଣକ କରୁଥିବା ଦେଖିବାକୁ ମଳେ। ଆମ୍ବୁଲାନ୍ସ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ କାଳିପୂଜା ଭସାଣି ବେଳେ ନିଆଁ ଲାଗି ୮ ଜଣ ଗୁରୁତର ହୋଇପଡ଼ିଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବିପଦପୂର୍ଣ୍ଣ ଅବସ୍ଥାରେ ସ୍ଥାନାନ୍ତର କରିବାକୁ ପଡ଼ିଥିଲା। ପ୍ରତି ମାସରେ ୧୫ରୁ ଊଦ୍ଧର୍‌ବ ଗର୍ଭବତୀ ଓ ପ୍ରସୂତି ମା’ ଏହି ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଉଥିବା ବେଳେ ଗର୍ଭବତୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ କୌଣସି ସୁବିଧା ନାହିଁ। ମା’ଗୃହର ମଧ୍ୟ ବ୍ୟବସ୍ଥା ନାହିଁ ବୋଲି ଗ୍ରାମବାସୀ କହିଛନ୍ତି । ଏ ନେଇ ଗ୍ରାମବାସୀ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଜଣାଉଥିଲେ ମଧ୍ୟ କେହି ଦୃଷ୍ଟି ଦେଉନାହାନ୍ତି। ଏ ନେଇ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ. ଆବିଦ ହୁସେନଙ୍କୁ ପଚାରିବାରୁ ସେ କହିଲେ, ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଆବଶ୍ୟକ ମୁତାବକ କର୍ମଚାରୀ ଓ ଆମ୍ବୁଲାନ୍ସ ଯୋଗାଇଦେବାକୁ ସେ ଜିଲାସ୍ତରୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ତୁରନ୍ତ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଆବଶ୍ୟକ ସଂଖ୍ୟକ କର୍ମଚାରୀ, ଆମ୍ବୁଲାନ୍ସ ଓ ମା’ ଗୃହର ବ୍ୟବସ୍ଥା କରିବାକୁ ଗ୍ରାମର ରଞ୍ଜନ ମଣ୍ଡଳ, ରତନ ମଜୁମଦାର, ଦେବାଶିଷ ବଛାଡ, ପଙ୍କଜ ବୈରାଗୀ, ରଞ୍ଜିତ ମଣ୍ଡଳଙ୍କ ସହ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri