୩ ରଥର ୯ ତୁମ୍ବ ଗୋଲେଇ ସରିଲା

ପୁରୀ ଅଫିସ,୨୬।୪: ମହାପ୍ରଭୁଙ୍କ ରଥଯାତ୍ରା ଉପଲକ୍ଷେ ପବିତ୍ର ଅକ୍ଷୟ ତୃତୀୟାଠାରୁ ଶ୍ରୀନହରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ତିନିରଥର ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରାଥମିକ ପର୍ଯ୍ୟାୟରେ ରଥ ନିର୍ମାଣ ପାଇଁ ଆବଶ୍ୟକ ଚକ ପାଇଁ ତୁମ୍ବ ନିର୍ମାଣର କାର୍ଯ୍ୟ ଜାରିରହିଛି। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥ ଖଳାରେ ମହାପ୍ରଭୁଙ୍କ ରଥ ନିର୍ମାଣରେ ନିୟୋଜିତ ଥିବା କାରିଗର ଏବଂ ସେବକମାନଙ୍କ ହାତୁଡି ଏବଂ ନିହଣ ଶବ୍ଦରେ ଅସ୍ଥାୟୀ ରଥଖଳା ବେଶ୍‌ ଚଳଚଞ୍ଚଳ ହୋଇ ଉଠିଛି। ବିଶ୍ୱକର୍ମା ମହାରଣା, ଭୋଇ ସେବକ ଏବଂ ଓଝା ସେବକମାନେ ନିଷ୍ଠାର ସହ ରଥ ନିର୍ମାଣ କାର୍ଯ୍ୟକୁ ଆଗେଇ ନେଉଛନ୍ତି। ରଥ ନିର୍ମାଣର ପ୍ରାରମ୍ଭିକ ପର୍ଯ୍ୟାୟରେ ତିନି ରଥର ତୁମ୍ବ କାର୍ଯ୍ୟ ଜାରି ରହିଛି। ତିନିରଥରେ ମୋଟ ୪୨ଟି ଚକ ରହିଥାଏ। ତେଣୁ ୪୨ଟି ଚକ ପାଇଁ ୪୨ଟି ତୁମ୍ବ ନିର୍ମାଣ ଚାଲିଛି। ତେବେ ମଙ୍ଗଳବାର ରଥ ନିର୍ମାଣର ଦ୍ୱିତୀୟ ଦିନରେ ରଥ ନିର୍ମାଣକାରୀ ସେବକମାନେ ସକାଳ ୮ଟାରେ ରଥ ଖଳାରେ ପହଞ୍ଚତ୍ କାର୍ଯ୍ୟ ଆରମ୍ଭ କରିଥିଲେ। ମଙ୍ଗଳବାର ସୁଦ୍ଧା ତିନିରଥର ମୋଟ ୯ଟି ତୁମ୍ବର ଗୋଲେଇ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ସୋମବାର ରଥ ନିର୍ମାଣର ପ୍ରଥମ ଦିନରେ ବିଶ୍ୱକର୍ମା ମହାରଣାମାନେ ଚିହ୍ନ ଦେବା ପରେ କରତି ସେବକମାନେ କାଠ ଗଡକୁ ଚିରଟ କରି ତିନି ରଥ ପାଇଁ ଦୁଇଟି ଲେଖାଏ ତୁମ୍ବ ଗଡ଼ ଯୋଗାଇଥିଲେ। ମଙ୍ଗଳବାର ତିନି ରଥର ମହାରଣାମାନଙ୍କୁ କରତି ସେବକମାନେ ଆଉ ଦୁଇଟି ଲେଖାଏ ତୁମ୍ବ ଗଡ଼ ଚିରଟ କରି ଯୋଗାଇଥିଲେ। ସେହିପରି ଦୁଇଟି ତୁମ୍ବ ପାଇଁ କାଠ ଚିରଟ ଜାରି ରଖିଛନ୍ତି। ଏଥିସହ ଓଝା ସେବକମାନେ ମଙ୍ଗଳବାରଠାରୁ ଦୋଳବେଦୀସ୍ଥିତ ଅସ୍ଥାୟୀ କମାରଶାଳରେ ରଥ ପାଇଁ କଣ୍ଟା ନିର୍ମାଣ ଆରମ୍ଭ କରିଛନ୍ତି। ପରମ୍ପରା ଅନୁଯାୟୀ ରଥ ନିର୍ମାଣର ପ୍ରଥମ ଦିନରେ ଓଝା ସେବକମାନେ ପୂଜାଚର୍ଚ୍ଚା ସହ ବିଧିବିଧାନ ଅନୁଯାୟୀ ଶାଳ ଅନୁକୂଳ କରିଥିଲେ। ପରେ ମଙ୍ଗଳବାର ତିନିରଥର କମାର ସେବକମାନେ ତୁମ୍ବରେ ଅର ସଂଯୋଗ ପାଇଁ ସର କଣ୍ଟା ନିର୍ମାଣ ଆରମ୍ଭ କରିଛନ୍ତି। ତେବେ ରଥ ନିର୍ମାଣର ଦ୍ୱିତୀୟ ଦିନରେ ତିନିରଥର ମୋଟ ମହାରଣା ୧୭ଜଣ ନିୟୋଜିତ ଥିବା ବେଳେ ତିନିରଥରେ ଭୋଇ ସେବକ ୧୨ଜଣ, ତିନିରଥରେ କରତି ସେବକ ୪ଜଣ, ତିନିରଥରେ କମାର ସେବକ ୬ଜଣ ନିୟୋଜିତ ଥିବାବେଳେ ରଥଖଳା ସହାୟକ ଭାବେ ଜଣେ ନିୟୋଜିତ ରହିଛନ୍ତି। ଏହିପରି ରଥ ନିର୍ମାଣର ଦ୍ୱିତୀୟ ଦିନରେ ମୋଟ ୪୦ଜଣ ସେବାୟତ ଓ କାରିଗର ନିୟୋଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri