୫ ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୭ା୪(ବ୍ୟୁରୋ): ୫ଗୋଟି ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପଣ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲାର ୧୦୦ଟି ଉଚ୍ଚ ବିଦ୍ୟାଳୟ, ସମ୍ବଲପୁର ଜିଲାର ୬୧ଟି, ପୁରୀ ଜିଲାର ୫୩, କେନ୍ଦ୍ରାପଡ଼ା ଜିଲାର ୫୬ ଏବଂ କୋରାପୁଟ ଜିଲାର ୫୮ଟି ଉଚ୍ଚ ବିଦ୍ୟାଳୟ ଅନ୍ତର୍ଭୁକ୍ତ ଅଛି। ଏହାଦ୍ବାରା ୨ ଦିନରେ ସମୁଦାୟ ୬୮୫ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ କରାଯାଇଛି। ସୂଚନାଯୋଗ୍ୟ, ଗତ ୨ଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ ବିଦ୍ୟାଳୟ ରୂପାନ୍ତରିତ ହୋଇଛି। ୩ଟି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ବିଦ୍ୟାଳୟ ରୂପାନ୍ତରିତ ହେବ। ଏହି ଅବସରରେ ଆଭାସି ଜରିଆରେ ଯୋଡ଼ିହୋଇଥିବା ବିଦ୍ୟାଳୟଗୁଡ଼ିକରେ ଉପସ୍ଥିତ ଥିବା ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସମ୍ପର୍କରେ ବୁଝାଇ ସମୟ ଉପରେ ଗୁରୁତ୍ୱ ଦେବକୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ସମୟର ଗୁରୁତ୍ୱ ସମ୍ପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବେ କରିପାରିଲେ ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ଛାତ୍ରୀଛାତ୍ରଙ୍କ ସଫଳତା ହେଉଛି ଓଡ଼ିଶାର ସଫଳତା। ୫-ଟି ବିଦ୍ୟାଳୟଗୁଡ଼ିକରେ ପିଲାଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ ବୋଲି ସେ କହିଛନ୍ତି।
କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି, ଆସନ୍ତା ୬ ମାସରେ ରାଜ୍ୟର ସବୁ ବିଦ୍ୟାଳୟକୁ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନଙ୍କ ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁସବୁ ନିର୍ଦ୍ଦେଶ ଦେଉଛନ୍ତି, ସେଗୁଡ଼ିକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପା ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଏହାସହ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri