ରାଜ୍ୟବାସୀଙ୍କୁ କାମର ହିସାବ ଦେବେ ସରକାର

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଆସନ୍ତା ମେ’ ୨୯ ତାରିଖରେ ବିଜେଡି ସରକାର ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବ। ସରକାର ରାଜ୍ୟବାସୀଙ୍କୁ ନିଜ କାମର ହିସାବ ଦେବେ। ବିଜେଡିକୁ ରାଜ୍ୟବାସୀ ଲଗାତର ବିଜୟୀ କରି ଚାଲିଥିବାରୁ ସରକାରଙ୍କୁ ଏହା ଅଧିକ ଉତ୍ତରଦାୟୀ କରିଛି। ଶାସନ ବ୍ୟବସ୍ଥାରେ ଜନ ଭାଗୀଦାରିକୁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କ ବିଭିନ୍ନ ବିଭାଗର ସଫଳତା ରାଜ୍ୟବାସୀଙ୍କ ନିକଟରେ ଉପସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚତୁର୍ଥ ବର୍ଷ ପୂର୍ତ୍ତି ପୂର୍ବରୁ ଆସନ୍ତା ମେ’ ୨୨ରୁ ବିଭିନ୍ନ ବିଭାଗର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି, ବିଜେଡି ସରକାର ଆସନ୍ତା ମେ’ ୨୯ ତାରିଖରେ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ କରିବାକୁ ଯାଉଛି। ଏହା ଆମ ସମସ୍ତଙ୍କ ପାଇଁ ଏକ ଖୁସିର ମୁହୂର୍ତ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ୨୦୧୯ ସାଧାରଣ ନିର୍ବାଚନ ବେଳେ ଲୋକମାନଙ୍କୁ ଆମେ କିଛି ପ୍ରତିଶ୍ରୁତି ଦେଇଥିଲୁ। ପ୍ରତ୍ୟେକ ବିଭାଗ କାର୍ଯ୍ୟକାରୀ କରିଥିବା ୫ଟି କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ମନ୍ତ୍ରୀମାନେ ନିଜ ବିଭାଗରେ ୫-ଟି ଓ ମୋ ସରକାର କାର୍ଯ୍ୟକାରିତା ନେଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ।
ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀମାନେ ନିଜ ବିଭାଗର ୫ଟି ପ୍ରମୁଖ କାର୍ଯ୍ୟକ୍ରମ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିବେ। ଏହାପୂର୍ବରୁ ମନ୍ତ୍ରୀମାନେ ନିଜସ୍ତରରେ ବିଭାଗୀୟ ଅଧିକାରୀଙ୍କ ସହ ନିଜ ବିଭାଗ କାର୍ଯ୍ୟର ସମୀକ୍ଷା କରି ରିପୋର୍ଟ ପ୍ରସ୍ତୁତ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ମେ’ ୨୨ ତାରିଖରେ କୃଷି ଏବଂ କୃଷକ ସଶକ୍ତୀକରଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ହେବ। ସେହିପରି ୨୩ ତାରିଖରେ ପୂର୍ତ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ୨୪ରେ ପଞ୍ଚାୟତିରାଜ, ବାଣିଜ୍ୟ ଓ ପରିବହନ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସମୀକ୍ଷା ବୈଠକ ହେବ। ୨୫ ତାରିଖରେ ଜଳସମ୍ପଦ, ଉଚ୍ଚ ଶିକ୍ଷା, ଯୋଜନା ଏବଂ ସଂଯୋଜନ ବିଭାଗ, ୨୬ରେ ଗୃହ ଓ ନଗର ଉନ୍ନୟନ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ରିପୋର୍ଟ କାର୍ଡ ଦେବେ। ସେହିପରି ୨୭ ତାରିଖରେ ମିଶନ ଶକ୍ତି, ଦକ୍ଷତା ବିକାଶ, ଶ୍ରମ ଏବଂ ନିୟୋଜନ ବିଭାଗର ବୈଠକ ଧାର୍ଯ୍ୟ ହୋଇଥିବା ବେଳେ ୨୯ ତାରିଖରେ ଗ୍ରାମ୍ୟ ଉନ୍ନୟନ, ସ୍କୁଲ ଓ ଗଣଶିକ୍ଷା ବିଭାଗର ବୈଠକ ଅନୁଷ୍ଠିତ ହେବ। ସେହିଭଳି ୩୦ ତାରିଖରେ ଏସ୍‌ସି,ଏସ୍‌ଟି ଉନ୍ନୟନ, ରାଜସ୍ବ ଏବଂ ବିପର୍ଯ୍ୟୟ ପ୍ରଶମନ, ୩୧ ତାରିଖରେ କ୍ରୀଡ଼ା ଏବଂ ଯୁବସେବା, ମହିଳା ଓ ଶିଶୁ ବିକାଶ, ଶକ୍ତି ବିଭାଗର ବୈଠକ ଅନୁଷ୍ଠିତ ହେବ। ସେହିପରି ଜୁନ୍‌ ପହିଲାରେ ପର୍ଯ୍ୟଟନ ଏବଂ ସାମାଜିକ ସଶକ୍ତୀକରଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri