ଅପରେଶନ ପାଇଁ ଲାଞ୍ଚ ମାଗିବାରୁ ଉତ୍ତେଜନା, ସିଡିଏମ୍‌ଓଙ୍କୁ ଘେରାଉ କଲା ଜିଲା ଓକିଲ ସଂଘ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥିଶଲ୍ୟ ବିଭାଗର ଡାକ୍ତର ଅନିଲ କୁମାର ପଣ୍ଡା ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ ଅର୍ଥ ମାଗିବା ଘଟଣାକୁ ନେଇ ମେଡିକାଲ ପରସରରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନାରେ ଅପରେଶନ ସୁବିଧା ନ ଥିବା କହି ଏକ ଘରୋଇ ଡାକ୍ତରଖାନାକୁ ଯିବା ପାଇଁ କହିଥିଲେ ଏବଂ ବିଜୁ ସ୍ବାସ୍ଥ୍ୟକାର୍ଡରେ ଝିଅର ନାମ ନ ଥିବାରୁ ଏଥିପାଇଁ ୪୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି କହିଥିଲେ।

ଘଟଣାରୁ ପ୍ରକାଶ ଯେ, ବାଂଶପାଳ ବ୍ଲକ ମେଦିନପୁର ଗ୍ରାମର ଜଳଧର ମୁଣ୍ଡା ତାଙ୍କ ୨ ବର୍ଷର ଝିଅ ଲିପ୍‌ସାଙ୍କ ହାତ ଅପରେଶନ ପାଇଁ ଗତ ୨୦ ତାରିଖରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଶିଶୁକନ୍ୟାଟିର ଡାହାଣ ହାତରେ ୬ଟି ଆଙ୍ଗୁଳି ଥିବାରୁ ଗୋଟିଏ ଆଙ୍ଗୁଳି ଅପରେଶନ କରିବା ପାଇଁ ଆସିଥିଲେ। ସେ ଜଣେ ଗରିବ ଶ୍ରେଣୀର ହୋଇଥିବାରୁ ମେଡିକାଲରେ ଚିକିତ୍ସା କରିବା ପାଇଁ କହିଥିଲେ। କିନ୍ତୁ ଏଠାରେ ସୁବିଧା ନ ଥିବା ଦର୍ଶାଇ ଡାକ୍ତର ପଣ୍ଡା ଘରୋଇ ଡାକ୍ତରଖାନାକୁ ପଠାଇବା ପାଇଁ କହିଥିଲେ ବୋଲି ଅଭିଯୋଗ ହୋଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡରେ ଝିଅର ନାମ ନ ଥିବାରୁ ତୁମ ଝିଅର ଅପରେଶନ ପାଇଁ ୪୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି କହିଥିଲେ। ଝିଅଙ୍କ ମା’ ସୌଦାମିନୀ ୪/୫ହଜାର ଟଙ୍କା ଦେବେ ବୋଲି କହିବାରୁ ଡାକ୍ତର ଅପରେଶନ କରିବାକୁ ମନା କରିଥିଲେ। ଜଣେ ଗରିବ ଆଦିବାସୀ ଲୋକ ଅର୍ଥ ଅଭାବରୁ ତାଙ୍କ ଝିଅର ଅପରେଶନ କରିପାରୁ ନ ଥିବା ଜାଣିବା ପରେ ଜିଲା ଓକିଲ ସଂଘର ସଭାପତି ଆଶିଷ ଚକ୍ରବର୍ତ୍ତୀ, ସମ୍ପାଦକ ସଞ୍ଜିତ୍‌ ଦାସ ଏବଂ ଅନ୍ୟ କର୍ମକର୍ତ୍ତାମାନେ ପହଞ୍ଚି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କିଶୋର କୁମାର ପୃଷ୍ଟିଙ୍କୁ ଘେରାଉ କରିବା ସହ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଏବଂ ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଅଶ୍ୱିନୀ ଦେ ଜିଲା ଓକିଲ ସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଶିଶୁଟିର ମାଗଣାରେ ଅପରେଶନ କରାଯିବା ସହ ଡିଏମଏଫ୍‌ରେ ନିଯୁକ୍ତି ପାଇଥିବା ଡାକ୍ତର ପଣ୍ଡାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri