କୁସୁମୀ ସେତୁ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ : ବିଭାଗୀୟ କର୍ତ୍ତୃପକ୍ଷଙ୍କ ନୀରବ ନେଇ ଅସନ୍ତୋଷ

ଖଣ୍ଡପଡ଼ା,୧ା୮(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦସା ଗ୍ରାମ ନିକଟସ୍ଥ ରାଣୀଛେଲି ପଞ୍ଚାୟତସ୍ଥ କଳପଙ୍ଗୀ ଗ୍ରାମକୁ ସଂଯୋଗ କରୁଥିବା କୁସୁମୀ ନଦୀ ଉପରେ ଆପ୍ରୋଚ ରାସ୍ତା ନିର୍ମାଣରେ ବିଳମ୍ବ ନେଇ ଅଭିଯୋଗ ହେଉଛି। ଏ ନେଇ ବାରମ୍ବାର ଦାବି ସତ୍ତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ ନ କରିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ବିଜୁ ସେତୁ ଯୋଜନାରେ ଏହି ନଦୀ ଉପରେ ସେତୁ ନିର୍ମାଣ ନିମନ୍ତେ ଅନୁଦାନ ଅର୍ଥ ମଞ୍ଜୁର ହୋଇ ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ତ୍ତୃପକ୍ଷଙ୍କ ତତ୍ତ୍ୱାବଧାନରେ ସେତୁର ନିର୍ମାଣ କାର୍ଯ୍ୟ ଗତ ୨ବର୍ଷ ପୂର୍ବରୁ ସରିଛି । ତେବେ ସେତୁର ଉଭୟ ପାର୍ଶ୍ୱ ଆପ୍ରୋଚ ରାସ୍ତା ନିର୍ମାଣ କାଯର୍ର୍ର୍‌ୟ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି । କେତେକାଂଶରେ ଗାର୍ଡୱାଲ ନିର୍ମାଣ କାର୍ଯ୍ୟ ଓ ମାଟି ପ୍ୟାଙ୍କିଂ କାମ ମଧ୍ୟ ଶେଷ ହୋଇଯାଇଛି। ମାତ୍ର ଆପ୍ରୋଚ ରାସ୍ତାଟି ସିମେଣ୍ଟ କଂକ୍ରିଟ୍‌ କିମ୍ବା ପିଚୁ ହୋଇ ନ ଥିବାରୁ ବର୍ଷାରେ ମାଟି ଧୋଇ ହୋଇ ଯାତାୟାତକାରୀଙ୍କ ପାଇଁ ବିପଜ୍ଜନକ ପାଲଟିଛି । ଦାୟିତ୍ୱରେ ଥିବା ଠିକାଦାର ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲ ଯୋଗୁ ଅଯଥା ବିଳମ୍ବ ହେଉଥିବା ଅଭିଯୋଗ ହେଉଛି । ବର୍ଷାଋତୁ ପୂର୍ବରୁ କୁସୁମୀ ସେତୁର ଉଭୟ ପାର୍ଶ୍ୱ ଆପ୍ରୋଚ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ବୋଦସା, ରାଣୀଛେଲି ପଞ୍ଚାୟତ ସମେତ ଆଖପାଖ ଅଞ୍ଚଳର ଜନସାଧାରଣ ଦାବି କରିଛନ୍ତି ା ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ନାରାୟଣ ସେଠୀଙ୍କୁ ଏ ସମ୍ପର୍କରେ ପଚାରିବାରୁ ଜମି ଅଧିଗ୍ରହଣରେ ବିଳମ୍ବ ଯୋଗୁ ନିର୍ମାଣ କାର୍ଯ୍ୟ ଆଗେଇ ପାରୁ ନ ଥିବା ସେ କହିଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି ବୋଲି ସେଠୀ କହିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ମୁଖ୍ୟଯନ୍ତ୍ରୀ ଓ ମନ୍ତ୍ରୀ ଏଥିପ୍ରତି ଦୃଷ୍ଟି ଦେବାକୁ ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri