Posted inଜାତୀୟ

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ପଥରରେ ଛେଚି ହତ୍ୟା

ନୂଆଦିଲ୍ଲୀ,୨୮।୪: ଦକ୍ଷିଣ-ପୂର୍ବ ଦିଲ୍ଲୀ ବଦରପୁର ଅଞ୍ଚଳର ଏକ ଡ୍ରେନ୍‌ରୁ ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଦିଲ୍ଲୀର ମୋଲାରବନ୍ଦ ଗାଁର ବିଲାସପୁରର ସୌରଭ। ମିଳିଥିବା ସୂଚନା ମୁତାବକ, ସୌରଭ ତାଜପୁର ପହରୀସ୍ଥିତ ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ (ଏମ୍‌ସିଡି) ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟର ଛାତ୍ର ବୋଲି ଜଣାପଡିଛି।

ଗୁରୁବାର ରାତିରେ ବଦରପୁର ଥାନାକୁ ଏକ କଲ୍‌ ଆସିଥିଲା। ଜଣେ ସ୍କୁଲ ଛାତ୍ରଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପୋଲିସକୁ ସୂଚନା ମିଳିଥିଲା। ଖବର ପାଇ ପୋଲିସର ଏକ ଟିମ୍‌ ଖଟୁସିୟମ ପାର୍କ ଏବଂ ତାଜପୁର ରୋଡ ଗାଁ ମଧ୍ୟରେ ପହଞ୍ଚି ସ୍କୁଲ ୟୁନିଫର୍ମରେ ଥିବା ଜଣେ ଛାତ୍ରଙ୍କ ମୃତଦେହ ଡ୍ରେନ୍‌ରେ ପଡିଥିବା ଦେଖିବାକୁ ପାଇଥିଲା। ଏପରି କି ପୋଲିସ ଘଟଣାସ୍ଥଳରୁ ପାଠ୍ୟପୁସ୍ତକ ଏବଂ ଅନ୍ୟାନ୍ୟ ଅଧ୍ୟୟନ ସାମଗ୍ରୀ ଥିବା ଏକ ସ୍କୁଲ ବ୍ୟାଗ ମଧ୍ୟ ଜବତ କରିଛି। ଡେପୁଟି କମିଶନର(ଦକ୍ଷିଣ ପୂର୍ବ) ରାଜେଶ ଦେଓ କହିଛନ୍ତି, ସ୍କୁଲ ବ୍ୟାଗ୍‌ଠାରୁ ପ୍ରାୟ କିଛି ମିଟର ଦୂରରେ ୪ରୁ ୫ଟି ରକ୍ତଲଗା ପଥର ଏବଂ ରକ୍ତଭିଜା ସୂତା ଏକ ଟାୱେଲକୁ ପୋଲିସ ଜବତ କରିଛି। ଅନ୍ୟପକ୍ଷେ ଛାତ୍ରଙ୍କୁ ପଥରରେ ଛେଚି ଛେଚିି ହତ୍ୟା କରିବା ପରେ ଡ୍ରେନ୍‌ରେ ଫିଙ୍ଗି ଦେଇଥିବା ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଛାତ୍ରଙ୍କୁ ହତ୍ୟା କରାଗଲା ତାହା ଜଣାପଡିନାହିଁ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri