ସିଦ୍ଧାର୍ଥ ଏଲ୍‌ଆଇସିର ନୂଆ ଚେୟାରମ୍ୟାନ

ନୂଆଦିଲ୍ଲୀ,୨୯।୪: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂତନ ଚେୟାରମ୍ୟାନ ଭାବେ ବରିଷ୍ଠ ବୀମା ଅଧିକାରୀ ସିଦ୍ଧାର୍ଥ ମହାନ୍ତିଙ୍କୁ ଶୁକ୍ରବାର ଭାରତ ସରକାର ନିଯୁକ୍ତ କରିଛନ୍ତି। ସେ ୨୦୨୪ ଜୁନ୍‌ ପର୍ଯ୍ୟନ୍ତ ଏହି ପଦରେ ରହିବେ ବୋଲି ଜଣାପଡ଼ିଛି। ୨୦୨୫ ଜୁନ୍‌ ୭ ପର୍ଯ୍ୟନ୍ତ ସେ ଏଲ୍‌ଆଇସିର ସିଇଓ ଏବଂ ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିବେ ବୋଲି ନିଗମ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ସିଦ୍ଧାର୍ଥ ୨୦୨୩ ମାର୍ଚ୍ଚରେ ୩ ମାସ ପାଇଁ ଏଲ୍‌ଆଇସିର ଅନ୍ତରୀଣ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ। ଉଲ୍ଲେଖଯୋଗ୍ୟ, ଏଲ୍‌ଆଇସିର ୪ ପରିଚାଳନା ନିର୍ଦ୍ଦେଶକଙ୍କ ମଧ୍ୟରୁ ସିଦ୍ଧାର୍ଥ ଅନ୍ୟତମ ବୋଲି ଏଲ୍‌ଆଇସି ପକ୍ଷରୁ କୁହାଯାଇଛି। ଏଲ୍‌ଆଇସିର ୪ ପରିଚାଳନା ନିର୍ଦ୍ଦେଶକଙ୍କ ମଧ୍ୟରୁ ଜଣଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥାଏ। ଅପରପକ୍ଷରେ ସିଦ୍ଧାର୍ଥ ମହାନ୍ତି ୧୯୮୫ରେ ଏଲ୍‌ଆଇସିର ଜଣେ ଆର୍‌ଓ ଭାବେ ନିଯୁକ୍ତି ପାଇବା ସହ ଏଲ୍‌ଆଇସିର ମାର୍କେଟିଂ, ମାନବ ସମ୍ବଳ, ନିବେଶ, ଆଇନ ଏବଂ ସାଧାରଣ ବିଭାଗ ଇତ୍ୟାଦିରେ ରହି ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ସୂଚନାଯୋଗ୍ୟ, ୨୦୨୧ ଫେବୃୟାରୀରେ ସିଦ୍ଧାର୍ଥ ଏଲ୍‌ଆଇସିର ଏମ୍‌ଡି ଭାବେ ନିଯୁକ୍ତ ହୋଇଥିଲେ। ଏହା ହେବା ପୂର୍ବରୁ ସେ ଏଲ୍‌ଆଇସି ହାଉସିଂ ଫାଇନାନ୍ସର ଏମ୍‌ଡି ତଥା ସିଇଓ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri