ଚାଷୀଙ୍କୁ ମିଳିବ ୯୫୦୦ କୋଟିର ଖରିଫ ଋଣ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ସମବାୟ ବିଭାଗ ପକ୍ଷରୁ ୨୦୨୩ ଖରିଫ ଫସଲ ନିମନ୍ତେ ୯୫୦୦ କୋଟି ଟଙ୍କାର ଋଣ ଯୋଗାଇ ଦେବା ପାଇଁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟରେ ମୋଟ ଫସଲ ଋଣର ସିଂହଭାଗ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ଏବଂ ବିଭିନ୍ନ ପ୍ରାଥମିକ କୃଷି ଋଣ ସମବାୟ ସମିତି ମାଧ୍ୟମରେ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଛି। ଖରିଫ ଚାଷ ନିମନ୍ତେ ଚାଷୀମାନେ ଆବଶ୍ୟକ କରୁଥିବା ଋଣ ଯେପରି ଠିକ୍‌ ସମୟରେ ପାଇପାରିବେ ସେଥିନିମନ୍ତେ ଆଗୁଆ ପଦକ୍ଷେପ ନେବା ସକାଶେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ନିର୍ଦ୍ଦେଶ ଦେଇଛନ୍ତି।
ଫସଲ ଋଣ ପ୍ରଦାନ କ୍ଷେତ୍ରରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଅଗ୍ରାଧିକାର ଦେବା ପାଇଁ କୁହାଯାଇଛି। ଭାଗଚାଷୀ, ପ୍ରକୃତ ଚାଷୀମାନଙ୍କୁ ଯୁଗ୍ମଦେୟ ଗୋଷ୍ଠୀ ଗଠନ ମାଧ୍ୟମରେ ଫସଲ ଋଣ ଯୋଗାଇ ଦେବା ପାଇଁ ମନ୍ତ୍ରୀ କହିଛନ୍ତି। ଏଥିସହିତ କୃଷି ଓ ଆନୁଷଙ୍ଗିକ କୃଷିକାର୍ଯ୍ୟ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି), ବିଶେଷକରି ମହିଳା ଏସ୍‌ଏଚ୍‌ଜିଗୁଡ଼ିକୁ ପ୍ରାଧାନ୍ୟ ଦେବା ପାଇଁ କୁହାଯାଇଛି। ଡାଲିଜାତୀୟ ଫସଲ, ତୈଳବୀଜ, ଆଳୁ ଏବଂ ଅନ୍ୟ ଅର୍ଥକରୀ ଫସଲ ଚାଷ ନିମନ୍ତେ ପ୍ରାଥମିକତା ଭିତ୍ତିରେ ଫସଲ ଋଣ ଯୋଗାଇକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ୟାନ କୃଷି ଓ ବାଣିଜି୍ୟକ ଫସଲ ଚାଷ ନିମନ୍ତେ ଫସଲ ଋଣ ଯୋଗାଇ ଦେବାକୁ ପ୍ରାଥମିକତା ପ୍ରଦାନ ସହିତ ସ୍ବତନ୍ତ୍ର ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଛି।
ବାଦ୍‌ ପଡ଼ିଥିବା ଚାଷୀଙ୍କ ମଧ୍ୟରୁ ଅଧିକରୁ ଅଧିକ ଚାଷୀଙ୍କୁ ସମବାୟ ଋଣ ପରିସରଭୁକ୍ତ କରି ସେମାନଙ୍କୁ ନୂତନ କିଷାନ କ୍ରେଡିଟ୍‌ କାର୍ଡ ଯୋଗାଇ ଦେବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ, ଡିଆର୍‌ସିଏସ୍‌, ମୁଖ୍ୟ ଜିଲା କୃଷି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
୨୦୨୨ ଖରିଫ ଋତୁରେ ସମବାୟ ସଂସ୍ଥା ଦ୍ୱାରା ୯୦୦୦କୋଟି ଟଙ୍କା ଫସଲ ଋଣ ଲକ୍ଷ୍ୟ ରଖାଯାଇଥିଲା ବେଳେ ରାଜ୍ୟର ୧୮ଲକ୍ଷ ୯୯୯ ଜଣ ଚାଷୀଙ୍କୁ ୮୭୧୦ କୋଟି ୭୮ ଲକ୍ଷ ଟଙ୍କା ଫସଲ ଋଣ ଯୋଗାଇ ଦିଆଯାଇଥିଲା। ସେହିପରି ଗତ ୨୦୨୨-୨୩ ରବି ଋତୁରେ (୨୯ ମାର୍ଚ୍ଚ, ୨୦୨୩ ସୁଦ୍ଧା) ସମବାୟ ସଂସ୍ଥା ପକ୍ଷରୁ ରାଜ୍ୟର ୧୬ ଲକ୍ଷ ୨୩ ହଜାର ୭୯୦ ଜଣ ଚାଷୀଙ୍କୁ ୭୮୧୨ କୋଟି ୨୨ ଲକ୍ଷ ଟଙ୍କା ଫସଲ ଋଣ ଯୋଗାଇ ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।
ସମବାୟ ସଂସ୍ଥା ଜରିଆରେ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା ଫସଲ ଋଣ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ବ୍ୟାପକ ରିହାତି ଯୋଗାଇ ଦିଆଯାଉଛି। ଧାର୍ଯ୍ୟ ସମୟସୀମା ମଧ୍ୟରେ ପରିଶୋଧ କରୁଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ କୌଣସି ସୁଧ ଦେବାକୁ ପଡ଼ୁନାହିଁ। ସେହିପରି ୧ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଓ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ନିମନ୍ତେ ମାତ୍ର ୨ ପ୍ରତିଶତ ସୁଧ ଦେବାକୁ ପଡ଼ୁଛି।
ଫସଲ ଋଣ କ୍ଷେତ୍ରରେ ସରକାରଙ୍କ ଦ୍ୱାରା ବ୍ୟାପକ ରିହାତି ପ୍ରଦାନ କରାଯାଇଥିବା ପରିପ୍ରେକ୍ଷୀରେ ହିତାଧିକାରୀଙ୍କ ଆଧାର କାର୍ଡକୁ ସେମାନଙ୍କର କିଷାନ କ୍ରେଡିଟ୍‌ କାର୍ଡ ଏବଂ ବ୍ୟାଙ୍କ ଆକାଉଣ୍ଟ ସହିତ ସଂଯୋଗ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି, ଯେପରି ପ୍ରକୃତ ହିତାଧିକାରୀ ଯୋଜନାର ସୁଫଳ ପାଇପାରିବେ। ଏଥିସହିତ ମଞ୍ଜରୀପ୍ରାପ୍ତ ଋଣ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ସମସ୍ତ କାର୍ଯ୍ୟ କେବଳ ଅନ୍‌ଲାଇନ୍‌ ମାଧ୍ୟମରେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
୨୦୨୩ ଖରିଫ ଫସଲ ଋଣ ଯୋଗାଣର ସଫଳ ରୂପାୟନ ସହ ତ୍ୱରିତ କାର୍ଯ୍ୟାନ୍ବୟନ ଦିଗରେ ଜିଲାପାଳମାନେ କୃଷି, ଉଦ୍ୟାନ କୃଷି ଏବଂ ସମ୍ପୃକ୍ତ ବିଭାଗର କ୍ଷେତ୍ର ଅଧିକାରୀଙ୍କ ସହିତ ବୈଠକ କରି ଆଗୁଆ ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଛି, ଯେପରି ରାଜ୍ୟର ଚାଷୀମାନେ ଲାଭାନ୍ବିତ ହୋଇପାରିବେ ଏବଂ କୃଷି ଉତ୍ପାଦନ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri