ଟ୍ରକକୁ ଧକ୍କା ଦେଇ ଓଲଟିଲା କୁକୁଡ଼ା ନେବାକୁ ଆସିଥିବା ଟ୍ରକ: ୫ ଗୁରୁତର

ଭଦ୍ରକ ଅଫିସ,୨୯।୪: ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ତ୍ରିଶଳପୁର ଛକ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। କୁକୁଡ଼ା ନେବାକୁ କଲିକତାରୁ ଆସିଥିବା ଟ୍ରକ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ଟ୍ରକ୍‌ରେ ସମୁଦାୟ ୬ ଜଣ ଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି।
ସୂଚନା ମୁତାବକ, କଲିକତା ଅଞ୍ଚଳରୁ ଏକ ଟ୍ରକ୍‌ କୁକୁଡ଼ା ଛୁଆ ନେବା ପାଇଁ ଆସିଥିବା ବେଳେ ତ୍ରିଶଳପୁର ଛକ ନିକଟରେ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ରାସ୍ତା କଡ଼କୁ ଓଲଟି ପଡିଥିଲା। ସମସ୍ତ ଗୁରୁତର କଲିକତା ଅଞ୍ଚଳର ବୋଲି ଜଣାପଡ଼ିଛି । ତେବେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ସମସ୍ତ ଗୁରୁତରଙ୍କୁ ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସା ପାଇଁ ୩ ଜଣଙ୍କୁ କଟକ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri