ପିଅନ ହତ୍ୟା ମାମଲା: ହତ୍ୟାକାରୀ ୩ ପୁଅ, ମା’ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ବହୁଚର୍ଚ୍ଚିତ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି।
ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଧର୍ମଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ବନ୍ଦନା କର ଉକ୍ତ ଗ୍ରାମର
ହତ୍ୟାକାରୀ ୩ ଭାଇ ରାଧୁ ଦଣ୍ଡସେନା, ପି ଦଣ୍ଡସେନା, ଯଦୁ ଦଣ୍ଡସେନା ଓ ତାଙ୍କ ମା’ କୁଚିତା ଦଣ୍ଡସେନାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇବା ସହ ପ୍ରତ୍ୟେକଙ୍କୁ ୫୦ହଜାର ଟଙ୍କା
ଲେଖାଏ ଜରିମାନା କରିଛନ୍ତି। ସେହିପରି ଜରିମାନା ଅନାଦେୟ ହେଲେ ଆହୁରି ବର୍ଷେ ଅଧିକ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ନିଜ ରାୟରେ ଉଲ୍ଲେଖ କରିଛନ୍ତି।

ପ୍ରକାଶ ଯେ, ଗତ ୧୪ଜୁନ୍‌ ୨୦୧୮ରେ ଜୁନାଗଡ଼ ଥାନା ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ଥିବା ସରକାରୀ ଜମିକୁ ଅନଧିକୃତ ଅକ୍ତିଆର କରି ସକାଳେ ଉପରୋକ୍ତ ଅଭିଯୁକ୍ତମାନେ ଘର କରିବାକୁ ନିଅଁ ଖୋଳୁଥିଲେ। ତାହା ସରକାରୀ ଜମି ହୋଇଥିବାରୁ ଆଟିଗାଁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ଅସ୍ଥାୟୀ ପିଅନ ଭାବେ କାର୍ଯ୍ୟ କରୁଥିବା ଛାୟାକାନ୍ତ ଦଣ୍ଡସେନା କାମ ବନ୍ଦ କରିବାକୁ କହିବା ସହ ରାଜସ୍ବ ନିରୀକ୍ଷକଙ୍କ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପରାମର୍ଶ ଦେଇଥିଲେ। ଏଥିରେ ରାଗି ଯାଇ ଅଭିଯୁକ୍ତ ରାଧୁ ଦଣ୍ଡସେନାଙ୍କ ହାତକୁ ତାଙ୍କ ମା’ କୁଚିତା ଦଣ୍ଡସେନା ଟାଙ୍ଗିଆ ବଢ଼େଇ ଦେଇଥିଲେ। ଛାୟାକାନ୍ତକୁ ଅଭିଯୁକ୍ତ ରାଧୁ ଟାଙ୍ଗିଆରେ ହାଣିବା ସମୟରେ ତା’ଙ୍କ ୨ ଭାଇ ପିତ ଓ ଯଦୁ ଛାୟାକାନ୍ତଙ୍କ ଦୁଇ ହାତକୁ ଧରି ରଖିଥିଲେ। ମୁମୂର୍ଷୁ ଅବସ୍ଥାରେ ଛାୟାକାନ୍ତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଜୁନାଗଡ଼ ପୋଲିସ ଏନେଇ ଏକ ହତ୍ୟା ମାମଲା ରୁଜୁ କରିଥିଲା। ପରେ ଏହି ମାମଲାଟି କୋର୍ଟକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri