ନିଖୋଜ ମହିଳାଙ୍କ ମୃତଦେହ ମିଳିଲା

ହିଞ୍ଜିଳିକାଟୁ,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମର ଅମୂଲି ନାହାକ ପାରିବାରିକ କଳହରୁ ଗତ ତାରିଖରୁ ନିଖୋଜ ଥିଲେ। କବିସୂର୍ଯ୍ୟନଗର ଥାନା ଅଧିନସ୍ଥ ଜଗତି ପାହାଡ଼ରୁ ଶନିବାର ଅମୂଲିଙ୍କ ମୃତଦେହ ଜବତ ହୋଇଛି। ଅମୂଲିଙ୍କ ନିଖୋଜ ସମ୍ପର୍କରେ ପରିବାର ଲୋକେ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଶନିବାର କୋଳିଦାସପୁର ନିକଟ ଜଗତି ପାହାଡ଼ ଜଙ୍ଗଲରେ ଜଣେ ମଇଁଷି ଚରାଳି ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ଗ୍ରାମବାସୀ ହିଞ୍ଜିଳି ପୋଲିସକୁ ଖବର ଦେଇଥିଲେ। ଖବରପାଇ ହିଞ୍ଜିଳି ଥାନାଧିକାରୀ ଅଭିମନ୍ୟୁ ଦାସ ଓ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। କେଉଁ କାରଣ ନେଇ ଅମୂଲିଙ୍କ ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି। ଅମୂଲିଙ୍କୁ ତାଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଚିହ୍ନଟ କରିଥିଲେ। ତେବେ ଉକ୍ତ ଅଞ୍ଚଳ କବିସୂର୍ଯ୍ୟନଗର ଅଧିନସ୍ଥ ହୋଇଥିବାରୁ କବିସୂର୍ଯ୍ୟନଗର ପୋଲିସ ପହଞ୍ଚି ଅମୂଲିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି। ଏ ନେଇ କବିସୂର୍ଯ୍ୟନଗର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri