ଗଳିକନ୍ଦିରେ ରହୁଛି ଗାଡ଼ି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଗାଡିମୋଟର ସଂଖ୍ୟା ବଢ଼ିବାରେ ଳାଗିଛି। ବିଶେଷକରି ଲୋକେ ରାସ୍ତା ଓ ନୋ ପାର୍କିଂ ଜୋନ୍‌ରେ ଗାଡି ରଖୁଥିବାରୁ ଅନେକ ସମୟରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ସହରର ସବୁଠାରୁ ଜନଗହଳିପୂର୍ଣ୍ଣ ଅଞ୍ଚଳ କୁହାଯାଉଥିବା ରାଜମହଲ ଓ ଶହୀଦ ନଗରରେ ଏହି ସମସ୍ୟକୁ କମ୍‌ କରିବା ପାଇଁ ନିର୍ମାଣ ହୋଇଛି ବହୁତଳ ବିଶିଷ୍ଟ ପାର୍କିଂ(ଏମ୍‌ଏଲ୍‌ସିପି)। ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଦୁଇ ବହୁତଳ ପାର୍କିଂ ଏବେ ଖାଲି ପଡୁଥିବାବେଳେ ଲୋକେ ଗଳିକନ୍ଦି, ରାସ୍ତା କଡ଼ ଓ ଏଠିସେଠି ପାର୍କିଂ କରୁଛନ୍ତି। ଫଳରେ ବହୁତଳ ପାର୍କିଂ ଯୋଜନାର ଲକ୍ଷ୍ୟ ବିଫଳ ହେବା ସହ ଟ୍ରାଫିକ୍‌ ସ୍ଥିତି ସୁଧୁରି ପାରୁନି। ଅଧିକ ପାର୍କିଂ ଫି’ ଯୋଗୁ ଲୋକେ ଏଭଳି ବେଆଇନ ପାର୍କିଂ କରୁଥିବା ଜଣାପଡିଛି।
ରାଜମହଲସ୍ଥିତ ବହୁତଳ ପାର୍କିଂରେ ୪୦୦ କାର୍‌ ଓ ୭୦୦ ବାଇକ୍‌ ରହିବାର ବ୍ୟବସ୍ଥା ରହିଛି। ମାତ୍ର ଉଦ୍‌ଘାଟନକୁ ପ୍ରାୟ ୬ମାସ ବିତିଥିଲେ ମଧ୍ୟ କୌଣସି ଗୋଟିଏ ଦିନ ପାର୍କିଂ ଅଞ୍ଚଳ ପୂରଣ ହେଉନାହିଁ। ସେହିପରି ଶହୀଦନଗର ବହୁତଳ ପାର୍କିଂରେ ସମାନ ସ୍ଥିତି ଦେଖିବାକୁ ମିଳୁଛି। ଏଠାରେ ୧୯୬ କାର୍‌ ଓ ୩୯୮ ବାଇକ୍‌ ପାର୍କିଂ କ୍ଷମତା ରହିଥିଲେ ମଧ୍ୟ ଲକ୍ଷ୍ୟ ହାସଲ ହୋଇପାରୁ ନାହିଁ। ଫଳରେ ଏ ବାବଦକୁ ଖର୍ଚ୍ଚ ହୋଇଥିବା କୋଟି କୋଟି ଟଙ୍କା ପାଣିରେ ପଡ଼ିବା ପରି ମନେ ହେଉଛି। ପାର୍କିଂ ଫି’ କମାଇବା ସହ ସହରର ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନରେ ଏପରି ପାର୍କିଂ ବ୍ୟବସ୍ଥା କରିବା ପାଇଁ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri