ଭାରତ ବନ୍ଦ: ଜାତୀୟ ରାଜପଥ ଅବରୋଧ କଲା ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା

ଛତ୍ରପୁର,୩୦।୪(ଡିଏନଏ ): ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି ) ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବି ନେଇ ରବିବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଜ଼ିଲାପରିଷଦ ଭବନ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ବନ୍ଦ ଫଳରେ ଜାତୀୟ ରାଜପଥରେ ଶତାଧିକ ଯାନବାହନ ଅଟକି ରହିଥିଲା। ଏହାକୁ ଆଖି ଆଗରେ ରଖି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବହୁଜନ କ୍ରାନ୍ତି ମୋର୍ଚ୍ଚା ଓ ଅନ୍ୟ ସଂଗଠନଗୁଡିକ ସମର୍ଥନ କରି ଭାରତ ବନ୍ଦରେ ସାମିଲ ହୋଇଥିଲେ। ଦାବି ଗୁଡିକ ମଧ୍ୟରେ ପଛୁଆବର୍ଗଙ୍କ ଜାତି ଗଣନା, ଓବିସିଙ୍କ ପାଇଁ ୫୧.୫ପ୍ରତିଶତ ସରଂକ୍ଷଣ ଲାଗୁ, ବେସରକାରୀ କ୍ଷେତ୍ରରେ ଏସସି, ଏସଟି ଓ ଇଭିଏମ ମେଶିନ ହଟାଇ ବାଲାଟ ପେପରରେ ଭୋଟ ଗ୍ରହଣ, ଓବିସି ସରଂକ୍ଷଣରୁ କ୍ରିମିଲେୟାର ହଟାଇବା, ଉଚ୍ଚଶିକ୍ଷା କ୍ଷେତ୍ରରେ ଓବିସି ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷା ପ୍ରଦାନ, ପୁରୁଣା ପେନସନ ଲାଗୁ, ସରଂକ୍ଷଣ ନାଁରେ ଆଦିବାସୀଙ୍କୁ ଜଙ୍ଗଲ ଜମିରୁ ବିସ୍ଥାପିତ ବନ୍ଦ କରିବା ଇତ୍ୟାଦିି ରହିଛି। ଏଥିରେ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚାର ସଂଯୋଜକ ବିଜୟ ସ୍ବାଇଁ, ସୀମାଞ୍ଚଳ ନାହାକ, ଏମ.ଗୁମାଲୀ, ଭାଗିରଥୀ ବେହେରା, ବହୁଜନ କ୍ରାନ୍ତି ମୋର୍ଚ୍ଚାର ସଭାପତି ସୁମା ଦାସ, ପିଣ୍ଟୁ ଦାସ, ସୁଶାନ୍ତ ନାହାକ, ରାଜଲକ୍ଷ୍ମୀ ପ୍ରମୁଖ ଆନ୍ଦୋଳନରେ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri