ଛୁଟିରେ ରହିବେନି ନିୟୋଜିତ କର୍ମଚାରୀ

ଛତ୍ରପୁର,୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗର ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହେବ । ସର୍ଭେ କାର୍ଯ୍ୟ ଯେପରି ସଠିକ ହେବ ସେଥି ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଓସ୍ବାନ ହଲ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାର ପଛୁଆ ବର୍ଗ ଲୋକମାନଙ୍କ ବୃତ୍ତି, ଶିକ୍ଷାଗତ ଯୋଗ୍ୟତା ସହିତ ସେମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ବନ୍ଧରେ ସଠିକ ତଥ୍ୟ ସଂଗ୍ରହ କରିବା ସକାଶେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ। ସଂଗ୍ରହ କରିବାକୁ ଥିବା ତଥ୍ୟ ଯେପରି ସଠିକ ହେବ ସେଥିସକାଶେ ନିୟୋଜିତ ଅଧିକାରୀ ଓ କର୍ମଚାରୀଗଣ ଅଧିକ ତତ୍ପରତା ସହିତ କାମ କରିବାକୁ କୁହାଯାଇଛି । ସର୍ଭେ କାର୍ଯ୍ୟ ସମୟ ମଧ୍ୟରେ ନିୟୋଜିତ ଥିବା ଅଧିକାରୀ କିମ୍ବା କର୍ମଚାରୀ ଛୁଟିରେ ରହିପାରିବେ ନାହିଁ। ମଇ ୧ରୁ ୨୦ ତାରିଖ ପର୍ଯ୍ୟନ୍ତ ଖୋଲାଯାଇଥିବା ସେଣ୍ଟର ଗୁଡିକ ପ୍ରତ୍ୟହ ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ନ ୩ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲାରହିବ। ୨୧ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ନିୟୋଜିତ କର୍ମଚାରୀଗଣ ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ସମସ୍ତ ସରକାରୀ ଛୁଟି ଦିନ ଏବଂ ରବିବାର ମଧ୍ୟ ସର୍ଭେକାର୍ଯ୍ୟ ଚାଲୁରହିବ। ସର୍ଭେ କାର୍ଯ୍ୟ ସମୟ ମଧ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ବଜାୟ ରଖିବା ନିମନ୍ତେ ପୋଲିସ ପ୍ରଶାସନ ପକ୍ଷରୁ ପୋଲିସ ଦ୍ବାରା ପାଟ୍ରୋଲିଂ କରାଯିବ। ସର୍ଭେ କାର୍ଯ୍ୟର ସୁସମ୍ପାଦନ ସକାଶେ ଆୟୋଜିତ ଆଭାସୀ ବୈଠକରେ ବ୍ରହ୍ମପୁର ଏସପି ଶ୍ରବଣ କୁମାର, ଗଞ୍ଜାମ ଏସପି ଜଗମୋହନ ମୀନା, ଅତିରିକ୍ତ ଜିଲାପାଳ ତଥା ନୋଡାଲ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପ ଜିଲାପାଳ ପ୍ରସନ୍ନ କୁମାର ପାତ୍ର, ଜିଲା ଶିକ୍ଷା ଅଧିକାରୀ ବିନୀତା ସେନାପତି, ଡେପୁଟି କଲେକ୍ଟର ତଥା ସର୍ଭେ କାର୍ଯ୍ୟର ସୁପରିଚାଳକ ସୁକାନ୍ତ ମିଶ୍ର ଉପସ୍ଥିତ ଥିଲାବେଳେ ଆଭାସୀ ମାଧ୍ୟମରେ ଜିଲାର ସମସ୍ତ ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଭାରପ୍ରାପ୍ତ ଥାନା ଅଧିକାରୀ ପ୍ରମୁଖ ଜଡିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri