Posted inଜାତୀୟ

ନ୍ୟାୟ ପାଇବାରେ ବିଳମ୍ବ ହେଲେ ଜୀବନ ବାଜିରେ ଲଗାଇ ଦେବି: ନବଜୋତ ସିଦ୍ଧୁ

ନୂଆଦିଲ୍ଲୀ,୧।୫: ଭାରତୀୟ କୁସ୍ତି ମହାସଂଘରର ସଭାପତି ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରେସଲରମାନେ ଦୀର୍ଘ ଏକ ସପ୍ତାହ ଧରି ଧାରଣାରେ ବସିଛନ୍ତି। ତେବେ ସେମାନଙ୍କୁ ସମର୍ଥନ ଦେବା ପାଇଁ ବହୁ ବଡ ବଡ ନେତା ଧାରଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ସୋମବାର କଂଗ୍ରେସ ନେତା ତଥା ପୂର୍ବତ୍ତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଟୁଇଟ୍‌ କରି ଧାରଣାରେ ସାମିଲ୍‌ ହେବେ ବୋଲି କହିଥିଲେ।

ସିଦ୍ଧୁ ଧାରଣା ସ୍ଥଳରେ ପହଞ୍ଚି ତଦନ୍ତ ଶୀଘ୍ର ହେବା ପାଇଁ ଦାବି କରିଛନ୍ତି। ସେ କହିଛନ୍ତି ଯେ, ଯଦି ନ୍ୟାୟ ପାଇବାରେ ବିଳମ୍ବ ହୁଏ ତେବେ ସେ ଜୀବନ ବାଜିରେ ଲଗାଇ ଦେବେ। ବ୍ରିଜ ଭୂଷଣ ସିଂଙ୍କ ଇସ୍ତଫା ଦାବି କରି ସେ କହିଛନ୍ତି, ଯଦି ଆପଣ ପ୍ରକୃତ ସତ୍ୟ ପାଖକୁ ପହଞ୍ଚିବାକୁ ଚାହୁଁଛନ୍ତି, ତେବେ ତାଙ୍କୁ କଷ୍ଟଡିକୁ ନେଇ ଯାଞ୍ଚ କରନ୍ତୁ। କେବଳ ମାମଲା ରୁଜୁ କରିଲେ ସତ ବାହାରକୁ ଆସିପାରିବ ନାହିଁ। କଣ ଆଇନ୍‌ ସମାଜରେ ଉଚ୍ଚ ନୀଚ୍ଚ ଲୋକଙ୍କ ପାଇଁ ଅଲଗା ଅଲଗା ମାନଦଣ୍ଡ ରଖୁଛି କି? ସର୍ବପ୍ରଥମେ ବ୍ରିଜ୍‌ ଭୂଷଣ ଇସ୍ତଫା ଦେବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri