ସିଏଜି ରିପୋର୍ଟ: କୃଷି ଆୟ ଉପରେ ଟିକସ ଛାଡ଼ରୁ ୫୦୦ କୋଟିର ଦୁର୍ନୀତି

ନୂଆଦିଲ୍ଲୀ,୧।୮: କୃଷି ଆୟ ଉପରେ ଆୟକର ଛାଡ଼ ଦିଆଯାଇଥାଏ। ତେବେ ଏହି ଛାଡରେ ଦୁର୍ନୀତି ହୋଇଥିବା ସିଏଜି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସମ୍ପୂର୍ଣ୍ଣ ରୂପେ ଯାଞ୍ଚ କରା ନ ଯାଇ କୃଷି ଆୟ ଉପରେ ୫୦୦ କୋଟି ଟଙ୍କାର ଆୟକର ଛାଡ଼ ଦିଆଯାଇଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। ମାର୍ଚ୍ଚ ୨୦୧୮ରେ ଶେଷ ହୋଇଥିବା ଆର୍ଥିକ ବର୍ଷ ଲାଗି ପ୍ରତ୍ୟକ୍ଷକର ଉପରେ ଅଡିଟର ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟରେ କୃଷି ଓ ଚାରିଟେବଲ ଟ୍ରଷ୍ଟକୁ ମିଳିଥିବା ଛାଡ଼ ସମ୍ପର୍କରେ କୁହାଯାଇଛି। ଆୟକର ବିଭାଗ ଏହିସବୁ ମାମଲାର ପୁନର୍ବାର ଯାଞ୍ଚ କରିବାକୁ ସିଏଜି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟରେ କୁହାଯାଇଛି ଯେ, ୬୭୭୮ ମାମଲାରେ ଆସେସମେଣ୍ଟରେ ମୋଟ ୨୨.୫ ପ୍ରତିଶତ ଅର୍ଥାତ୍‌ ୧,୫୨୭ଙ୍କୁ କୃଷି ଆୟ ଉପରେ ଟିକସ ଛାଡ଼ି ଦିଆଯାଇଛି। ଠିକ କାଗଜପତ୍ର ଯାଞ୍ଚ ବିନା ଏହି ସୁବିଧା ଦିଆଯାଇଛି। ଆୟକର ଛାଡ଼ି ଦିଆଯିବା ପୂର୍ବରୁ ଜମି ରେକର୍ଡ, ଆୟ ଓ ଖର୍ଚ୍ଚ ସହ ଜଡ଼ିତ ତଥ୍ୟ ଏବଂ ଫସଲ ସୂଚନା, ବିଲ୍‌ ଓ ଚାଲାଣ ଆଦି ଯାଞ୍ଚ କରାଯିବା ଉଚିତ ଥିଲା ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri