ସମ୍ବଲପୁରରେ ହିଂସା ହେଲେ ଭାଜପା ଦାୟୀ ରହିବ: ବିଜେଡି

ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ଦୁର୍ଭାଗ୍ୟଜନକ। ଏହା ସମସ୍ତଙ୍କୁ ବ୍ୟଥିତ କରିଥିଲା। ପୋଲିସ ଓ ଜିଲା ପ୍ରଶାସନ ସହିତ ଜନସାଧାରଣଙ୍କ ସହଯୋଗରେ ସହରରେ ଶାନ୍ତି ଫେରିଆସିଛି। ଏହି ଘଟଣାରେ ପୋଲିସ ଅନେକଙ୍କୁ ଗିରଫ କରି ଜେଲ ହାଜତକୁ ପଠାଇଛି। ହେଲେ ଭାଜପା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପଠାଇ ହୀନ ରାଜନୀତି କରୁଛି। ଯଦି ସମ୍ବଲପୁରରେ ଫୁଣି ବିଶୃଙ୍ଖଳା ସୃଷ୍ଟି ହୁଏ ତା’ହେଲେ ରାଜ୍ୟ ଭାଜପା ଦାୟୀ ରହିବ ବୋଲି ଓଡ଼ିଶା ସାଂସ୍କୃତିକ ସମାଜ ଭବନରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ରାଜ୍ୟ ମହିଳା ସଭାପତି ତଥା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି।
ସେ ଆହୁରି କହିଛନ୍ତି, ସମ୍ବଲପୁର ଶାନ୍ତି ଓ ଭାଇଚାରାର ସହର। ଅପ୍ରୀତିକର ଘଟଣା ପରେ ସବୁ ଧର୍ମର ପ୍ରୟାସ ଯୋଗୁ ଶାନ୍ତି ଫେରିଆସୁଛି। ଏହାକୁ ଆୟୁଧ ଭାବେ ଭାଜପା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌କୁ ବ୍ୟବହାର କରୁଛି। କୋର୍ଟ, ତଦନ୍ତକାରୀ ସଂସ୍ଥା, ମାନବାଧିକାର କମିଶନ, ଏସ୍‌ଟି କମିଶନ ଉପରେ ସେମାନଙ୍କ ଭରସା ନାହିଁ ବୋଲି ଭାଜପା ପ୍ରମାଣ କରୁଛି। ଅପରପକ୍ଷେ ଦେଶର ଭାଜପା ଶାସିତ ରାଜ୍ୟଗୁଡିକରେ ନିୟମିତ ଭାବେ ଅଘଟଣ ଘଟୁଛି। କିନ୍ତୁ ସେଠାକୁ ଭାଜପାର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଯାଉନାହିଁ। ଭାଜପାକୁ ଓଡ଼ିଶାବାସୀ ଉଚିତ୍‌ ଜବାବ ଦେଉଛନ୍ତି ଓ ଆଗକୁ ମଧ୍ୟ ଦେବେ ବୋଲି ନେତାମାନେ କହିଥିଲେ। ଖବରଦାତା ସମ୍ମିଳନୀରେ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ, ଜିଲା ବିଜେଡି ସଭାପତି ସିଦ୍ଧାର୍ଥ ଦାସ, ବରିଷ୍ଠ ନେତା ନଳିନୀ କାନ୍ତ ପ୍ରଧାନ, ଜିଲା ପରିଷଦ ସଭାପତି କୁମୁଦିନୀ ନାଏକ, ମୁଖପାତ୍ର ସଞ୍ଜୟ ବାବୁ ପ୍ରମୁଖ ଉପସ୍ଥିତ ଥିଲେ। ବିଧାୟିକା ସ୍ନେହାଙ୍ଗିନୀ ବକ୍ତବ୍ୟ ଦେବା ପରେ ଖବରଦାତାମାନେ ତାଙ୍କୁ ବିଭିନ୍ନ ପ୍ରଶ୍ନ କରିଥିଲେ। ପୋଲିସ ଓ ପ୍ରଶାସନକୁ ସୁରକ୍ଷା ଦେବାକୁ ବିଜେଡି ଏଭଳି କରୁଛି କି, ପୋଲିସର ତ୍ରୁଟିପୂର୍ଣ୍ଣ ପରିଚାଳନା ପାଇଁ ଦାୟୀ କିଏ, ଆହତ ବିଶ୍ୱନାଥ ଶିଖା ଓ ମୃତ ଚନ୍ଦ୍ରଶେଖର ମିର୍ଦ୍ଧାଙ୍କ ପରିବାର ବର୍ଗଙ୍କୁ ପ୍ରଶାସନ ଓ ବିଜେଡି କର୍ମୀ ନିଜ ଅଧୀନରେ ରଖିବାକୁ ଯୋଜନା କରୁଛନ୍ତି ଭଲି ପ୍ରଶ୍ନ ପଚାରିଥିଲେ। ହେଲେ ବିଧାୟିକା ଛୁରିଆ ପ୍ରଶ୍ନର ଉତ୍ତର ନ ଦେଇ ଏଡାଇ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri