ସିବିଓଆଇର ନେଟ୍‌ ଲାଭ ୧୫୮୨ କୋଟି

ନୂଆଦିଲ୍ଲୀ,୩।୫: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟାଙ୍କ ମୋଟ ୫୧.୩୮% ଅଭିବୃଦ୍ଧି ହାର ହାସଲକରି ୧୫୮୨ କୋଟି ଟଙ୍କାର ନେଟ୍‌ ଲାଭ ହାସଲ କରିପାରିଛି। ଅପରପକ୍ଷରେ ୨୦୨୧-୨୨ ଆର୍ଥିକ ବର୍ଷର ଏହି ସମାନ ଅବଧି ସମୟ ମଧ୍ୟରେ ବ୍ୟାଙ୍କର ନେଟ୍‌ ଲାଭ ୧୦୪୫ କୋଟି ଟଙ୍କା ରହିଥିଲା। ଏପରିକି ବ୍ୟାଙ୍କର ସମୁଦାୟ ବ୍ୟବସାୟ ୮.୩୯% ଅଭିବୃଦ୍ଧି ହାରରେ ୫,୭୭,୦୭୫ କୋଟିରେ ପହଞ୍ଚତ୍ଛି। ବ୍ୟାଙ୍କର ଅଗ୍ରିମ ହାର ୧୪.୭୯% ବୃଦ୍ଧି ପାଇ ୨,୧୭,୭୭୯ କୋଟିରେ ପହଞ୍ଚତ୍ପାରିଛି, ଯାହା ପୂର୍ବବର୍ଷ ଏହି ସମୟ ମଧ୍ୟରେ ୧,୮୯,୭୧୨ କୋଟି ରହିଥିଲା। ସେହିପରି ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏ ୮.୪୪% କୁ ହ୍ରାସ ପାଇଥିବା ବେଳେ ନେଟ୍‌ ଏନ୍‌ପିଏ ୧.୭୭% କୁ ହ୍ରାସ ପାଇଛି। ଫଳରେ ବ୍ୟାଙ୍କର ପ୍ରୋଭିଜନ୍‌ କଭରେଜ ରେସିଓ ୯୨.୪୮% କୁ ବୃଦ୍ଧି ପାଇଛି। ଉଲ୍ଲେଖଯୋଗ୍ୟ, ୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟାଙ୍କର ଡିଜିଟାଲ କାରବାର, ମୋବାଇଲ ବ୍ୟାଙ୍କିଙ୍ଗ୍‌, ଆଇଏମ୍‌ପିଏସ୍‌ ଏବଂ ୟୁପିଆଇ କାରବାର ଆଦିରେ ୩୭.୩୯ % ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri