ନିୟମିତ ଦାବିରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ ଶିକ୍ଷକ

କେନ୍ଦୁଝର,୩ା୫(ସ୍ବ.ପ୍ର.): ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳସ୍ବରୂପ ନିୟମିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଶକ୍ଷୟିତ୍ରୀ ଶିକ୍ଷକ ବାରମ୍ବାର ଆନ୍ଦୋଳନ ଜାରି ରଖିଥିଛନ୍ତି। ହେଲେ ସରକାର କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ସକ୍ଷମ ହୋଇଥିବା ଓ ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ସଂଘ କେନ୍ଦୁଝର ଜିଲା ସଭାପତି ସୁବ୍ରତ ଲେଙ୍କା କ୍ଷୋଭର ସହ କହିଛନ୍ତି। ରାଜ୍ୟ ସରକାରଙ୍କ ଅନ୍ୟ ସମସ୍ତ ବିଭାଗରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରି ସାରିଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ କ୍ଷେତ୍ରରେ ଅବହେଳା କରାଯାଇ ଆସୁଥିବାରୁ ଏହା ପ୍ରତିବାଦରେ ଆସନ୍ତା ୬ ତାରିଖ ଭୁବନେଶ୍ୱର ଗାନ୍ଧୀ ମାର୍ଗଠାରେ ରାଜ୍ୟବ୍ୟାପୀ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ/ଶିକ୍ଷକ ସମାବେଶ ହୋଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ କରାଯିବ ବୋଲି ସଭାପତି କହିଛନ୍ତି। ଏନେଇ ବୁଧବାର ସଂଘ ସଭାପତି ଶ୍ରୀ ଲେଙ୍କାଙ୍କ ନେତୃତ୍ୱରେ ହୃଦାନନ୍ଦ ବାରିକ, ଆଦିତ୍ୟ ମହାପାତ୍ର, ମନୋଜ କୁମାର ସେଠୀ, ଡମ୍ବରୁଧର ନାୟକ, ନମିତା ଦାସ ଓ ରିତା ମାଝି ପ୍ରମୁଖ ଜିଲାପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ୫ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୬ ତାରିଖ ଭୁବନେଶ୍ୱରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ଆନ୍ଦୋଳନରେ ଜିଲାରେ କାର୍ଯ୍ୟରତ ୭୦୦ରୁ ଊଦ୍ଧର୍‌ବ ଶିକ୍ଷୟିତ୍ରୀ/ ଶିକ୍ଷକ ସାମିଲ ହେବେ ବୋଲି ସଭାପତି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri