ସ୍ବତନ୍ତ୍ର ହସ୍ତତନ୍ତ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୪।୫: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସହଯୋଗୀ ସଂସ୍ଥା ସମ୍ବଲପୁରୀ ବସ୍ତ୍ରାଳୟ ଦ୍ବାରା ଚଳିତ ବର୍ଷର ସାବିତ୍ରୀ ବ୍ରତ ଉପଲକ୍ଷେ ଏକ ସ୍ବତନ୍ତ୍ର ହସ୍ତତନ୍ତ ମେଳା-୨୦୨୩ ଆରମ୍ଭ ହୋଇଛି। ସ୍ଥାନୀୟ ଏକାମ୍ର ହାଟଠାରେ ଖୋଲିଥିବା ଏହି ମେଳାକୁ ବୁଧବାର ଓଡ଼ିଶା ସରକାରଙ୍କ ବୟନ ଶିଳ୍ପ ନିର୍ଦ୍ଦେଶକ ଶୋଭନ କ୍ରିଷ୍ଣା ସାହୁ ସମ୍ମାନିତ ଅତିଥିଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବିତ କୁମାର ଆଚାର୍ଯ୍ୟ ସଭାପତି ସମ୍ବଲପୁରୀ ବସ୍ତ୍ରାଳୟ ବରଗଡ଼, ଶିଶିର କୁମାର ନାଗ ପରିଚାଳନା ନିର୍ଦ୍ଦେଶକ ସମ୍ବଲପୁରୀ ବସ୍ତ୍ରାଳୟ, ସରୋଜ କୁମାର ପଟେଲ ପରିଚାଳନା ନିର୍ଦ୍ଦେଶକ ସେରିଫେଡ୍‌, ଦେବଜିତ ନନ୍ଦୀ ଯୁଗ୍ମ ନିର୍ଦ୍ଦେଶକ ବୟନ ଶିଳ୍ପ ଭୁବନେଶ୍ୱର ଏବଂ ହେମନ୍ତ କୁମାର ମିଶ୍ର ବାଣିଜ୍ୟ ଅଧିକାରୀ ସମ୍ବଲପୁରୀ ବସ୍ତ୍ରାଳୟ ବରଗଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ଼, କଟକ, ସୋନପୁର, ଆଠଗଡ଼, ବାରିପଦା, ବାଲେଶ୍ୱର, ପାଟଣାଗଡ଼, ନୟାଗଡ଼, ଖୋର୍ଦ୍ଧା ଓ ବୌଦ୍ଧ ବୟନ ମଣ୍ଡଳରୁ ୩୪ଟି ତନ୍ତବାୟ ସମିତି, ଏସ୍‌ଏଚ୍‌ଜି ପୋହିର ବୁଣାକାର ସେମାନଙ୍କର ଉତ୍ପାଦିତ ଲୁଗାର ପ୍ରଦର୍ଶନ ଓ ବିକ୍ରୟ କରିବା ପାଇଁ ଯୋଗଦାନ କରିଛନ୍ତି। ମେ ୨୧ ପର୍ଯ୍ୟନ୍ତ ସ୍ବତନ୍ତ୍ର ହସ୍ତତନ୍ତ ମେଳା ଚାଲିବ।
ରାଜ୍ୟର ବିଭିନ୍ନ ପ୍ରାନ୍ତର ଉପତ୍ାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟ ସହ ୧୦% ସରକାରୀ ରିହାତିରେ କିଣିପାରିବେ। ଏହି ମେଳା ପୂର୍ବାହ୍ନ ୧୧ରୁ ରାତି ୯ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ।
ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ବାରା ପବିତ୍ର ସାବିତ୍ରୀ ବ୍ରତ ଉପଲକ୍ଷେ ଏକ ସ୍ବତନ୍ତ୍ର ହସ୍ତତନ୍ତ ମେଳା-୨୦୨୩ ଭୁବନେଶ୍ବରସ୍ଥିତ ଏକାମ୍ର ହାଟଠାରେ ଆୟୋଜନ କରଯାାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ତନ୍ତବାୟ ସମିତି ଏସ୍‌ଏଚ୍‌ଜି ବୁଣାକାରଙ୍କ ଦ୍ବାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧିକରି ବୁଣାକାରଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ପୋହି-୨୦୨୩-୨୪ ଯୋଜନାରେ ଏହା ଅନୁଷ୍ଠିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri