ବିଓଏମ୍‌ର ନୂତନ ଅଞ୍ଚଳ ମୁଖ୍ୟ

ଭୁବନେଶ୍ୱର,୪।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌), ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଅଞ୍ଚଳ ମୁଖ୍ୟ ଭାବେ ଆଲୋକ କୁମାର ମିଶ୍ର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇସ୍ଥିତ ଫୋର୍ଟ ଶାଖାରେ ଶାଖା ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଲେଖଯୋଗ୍ୟ, ୨୦୦୪ରେ ସେ ବିଓଏମ୍‌ରେ ବ୍ୟାଙ୍କିଙ୍ଗ୍‌ କ୍ୟାରିୟର ଆରମ୍ଭ କରିଥିଲେ। ଦୀର୍ଘ ୧୯ ବର୍ଷରୁ ଅଧିକ ସମୟ ହେବ ସେ ବିଓଏମ୍‌ର ଦିଲ୍ଲୀ, କୋଲକାତା, ପାଟନା, ରାୟପୁର, କାନପୁର, ଆକୋଲା, ପୁଣେ, ମୁମ୍ବାଇ ଭଳି ଅଞ୍ଚଳରେ ଭିନ୍ନ ଭିନ୍ନ ପଦପଦବୀରେ ରହି ଦକ୍ଷତାର ସହ କାର୍ଯ୍ୟକରି ବ୍ୟାପକ ଅଭିଜ୍ଞତା ହାସଲ କରିଛନ୍ତି। ସେହିଭଳି ଏହି ସମୟ ମଧ୍ୟରେ ମିଶ୍ର ୧୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଶାଖା ମୁଖ୍ୟ ରୂପେ କାର୍ଯ୍ୟ କରିବା ସହ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟର ବୃହତ୍‌ କର୍ପୋରେଟ୍‌ ଫାଇନାନ୍ସରେ ମଧ୍ୟ କାର୍ଯ୍ୟ କରିଛନ୍ତି। ବିଶେଷକରି ଅଞ୍ଚଳ ମୁଖ୍ୟ ଭାବେ ଯୋଗଦେଲା ପରେ ମିଶ୍ର ମିଡ୍‌ କର୍ପୋରେଟ୍‌, ରିଟେଲ୍‌, ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ଅଧିକ ଧ୍ୟାନଦେବା ସହ ବିଭିନ୍ନ ସରକାରୀ ଯୋଜନାକୁ ମଧ୍ୟ ଠିକ୍‌ ଭାବେ କାର୍ଯ୍ୟକାରୀ କରି ରାଜ୍ୟର ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧିରେ ବ୍ୟାଙ୍କକୁ ସାମିଲ କରାଇବେ ବୋଲି ସେ ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ଅଧୀନରେ ମୋଟ ୪୦ଟି ଶାଖା ରହିଛି। ଉକ୍ତ ଶାଖାଗୁଡ଼ିକ ମାଧ୍ୟମରେ ବ୍ୟାଙ୍କ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ତା’ର ଉପସ୍ଥିତି ଜାହିର କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦...

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri