ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ

ବେଗୁନିଆପଡ଼ା, ୪।୫(ଡି ଏନ ଏ) : ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ବିଶ୍ବମ୍ବର ବେହେରା। ଡା. ବେହେରା ଗୁରୁବାର କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ୫ଟି ଅଧିନରେ ଚାଲିଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ସେ ମାତୃ ଓ ଶିଶୁ ବିଭାଗ, ସର୍ଜରୀ ଓ ଜେନେରାଲ ୱାର୍ଡ, ମେଡିସିନ ବିଭାଗ, ଆଉଟଡୋର ବିଭାଗ ପରିଦର୍ଶନ କରିବା ସହ ଡାକ୍ତର ଓ ରୋଗୀଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି । ମୋ ସରକାର ଯୋଜନାରେ ମେଡିକାଲରେ ବିଭିନ୍ନ ପରିସ୍ଥିତିର ସମୀକ୍ଷା କରିଛନ୍ତି । ରୋଗୀମାନେ କିଭଳି ମାଗଣା ମେଡିସିନ ପାଇପାରିବେ ସେ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି । ମେଡିକାଲରେ ରୋଗୀମାନେ ଡାକ୍ତର ଓ କର୍ମଚାରୀଙ୍କ ଠାରୁ କିଭଳି ବ୍ୟବହାର ପାଉଛନ୍ତି ସେ ନେଇ ରୋଗୀ ଓ ସଂପର୍କୀୟ ମାନଙ୍କୁ ଡା. ବେହେରା ପଚାରି ବୁଝିଥିଲେ । କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଦିନକୁ ଦିନ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଡାକ୍ତର ଅଭାବ ସମସ୍ୟା ଲାଗି ରହିଛି। ଡାକ୍ତରଖାନାରେ ଲାଗି ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସେ ବିଭାଗକୁ ଅବଗତ କରାଇବେ ବୋଲି କହିଛନ୍ତି। ଏହି ଅବସରରେ କୋଦଳା ଉପାଧ୍ୟକ୍ଷା ରଞ୍ଜିତା ସେଠୀ, ମେଡିକାଲ ଇନଚାର୍ଜର ଆଦିତ୍ୟ ପ୍ରସାଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri