ବନ୍ଦ ହେଲା ବସ୍‌ ଚଳାଚଳ

ବୈଶିଙ୍ଗା,୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅଧୀନ ୧୮ନଂ. ଜାତୀୟ ରାଜପଥର ବିଶ୍ରାମପୁରଠାରୁ ବୈଶିଙ୍ଗା-ବଡ଼ସାହି ରାସ୍ତାର ଦାରିହା ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରଧାନମନ୍ତ୍ରୀ ସଡ଼କ ଶୋଚନୀୟ ହୋଇପଡ଼ିଛି। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪ କୋଟି ୪୨ ଲକ୍ଷ ୨୭ ହଜାର ୬୬୫ ଟଙ୍କା ବ୍ୟୟରେ ୨୦୧୮ରେ ଏହି ସଡ଼କ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା। ମାତ୍ର ନିର୍ମାଣର ୨ବର୍ଷ ପରେ ଏହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଥିଲା। ରାସ୍ତା ମଝିରେ ଆଣ୍ଠୁଏ ଲେଖାଏ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଦୈନନ୍ଦିନ ଦୁର୍ଘଟଣା ଘଟିବା ସହ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାସ୍ତାର ଦୂରବସ୍ଥା ପାଇଁ ପରମିଟ୍‌ ପାଇଥିବା ଯାତ୍ରୀବାହୀ ବସ୍‌ଗୁଡ଼ିକ ଏହି ରାସ୍ତାରେ ଚଳାଚଳ କରିବା ବନ୍ଦ କରି ସାରିଲେଣି। ଫଳରେ ଏହି ରାସ୍ତା ପାର୍ଶ୍ୱ ଗ୍ରାମ ବିଶ୍ରାମପୁର, ନଡ଼ପୁର, ନୂଆଗଁା, ଖୁଣ୍ଟା, ଶିଳପୁରିଆ ଆଦି ଗ୍ରାମର ଯାତ୍ରୀମାନେ ଅସୁବିଧା ଭୋଗୁଛନ୍ତି।
ରାସ୍ତାର ମରାମତି ପାଇଁ ଅଞ୍ଚଳବାସୀ ବେତନଟୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଉପଖଣ୍ଡ ଅଧିକାରୀ ଏବଂ ଜିଲାପାଳଙ୍କୁ ବାରମ୍ବାର ଗୁହାରି କରିଥିଲେ ମଧ୍ୟ ପ୍ରତିକାର ହେଉ ନ ଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ରାସ୍ତାଟିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ ନୂତନ ଭାବେ ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri