Posted inଜାତୀୟ

ଆତଙ୍କବାଦୀ-ଯବାନ ମୁହାଁମୁହିଁ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୬।୫:ଜମ୍ମୁ-କଶ୍ମୀରର ରାଜୌରି ଜିଲାର କାଣ୍ଡି ଜଙ୍ଗଲରେ ଶନିବାର ଏନ୍‌କାଉଣ୍ଟର ଘଟି ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ କଡାକଡି କରିଦିଆଯାଇଛି।

ସୂଚନା ଯୋଗ୍ୟ, ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣରେ ୫ ଯବାନ ଶହୀଦ ହୋଇଥିଲେ। ଏଥିରେ ଅନ୍ୟ ଜଣେ ଯବାନ ଆହତ ହୋଇଛନ୍ତି। ଏପ୍ରିଲ ୨୦ରେ ରାଜୌରିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ ଯବାନଙ୍କ ଜୀବନ ଯାଇଥିଲା। ସେହି ଆକ୍ରମଣ ଘଟାଇଥିବା ଆତଙ୍କବାଦୀମାନେ କାଣ୍ଡି ଅଞ୍ଚଳର କେଶରୀ ହିଲ୍‌ସ୍ଥିତ ଏକ ଗୁମ୍ଫାରେ ଲୁଚି ରହିଥିବା ନେଇ ସେନାକୁ ଗୋଇନ୍ଦା ସୂଚନା ମିଳିଥିଲା। ଯବାନମାନେ ସେମାନଙ୍କୁ ଧରିବା ପାଇଁ ଶୁକ୍ରବାର ଉକ୍ତ ସ୍ଥାନରେ ତଲାସି ଅଭିଯାନ ଚଳାଇଥିବାବେଳେ ଆତଙ୍କବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ବିସ୍ଫୋରଣ ଘଟାଇଥିଲେ। ଘଟଣାସ୍ଥଳରେ ୨ ଯବାନ ଶହୀଦ ହୋଇଥିବା ବେଳେ ୪ ଆହତଙ୍କୁ ଉଦ୍ଧମପୁରସ୍ଥିତ କମାଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଆଉ ୩ଜଣ ଯବାନ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ ହୋଇଯାଇଥିଲା। ଅନ୍ୟପକ୍ଷେ ଶନିବାର ଯବାନଙ୍କ ପୁଣି ସର୍ଚ୍ଚ ଅପରେଶନ ଚାଳିଥିବା ବେଳେ ଏହି ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଆତଙ୍କବାସୀ ନିହିତ ହୋଇଥିବା ସୂଚନା ମିଳିଛି।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନବାର ରାଜୌରି ଗସ୍ତରେ ଆସି ସ୍ଥିତିର ସମୀକ୍ଷା କରିବେ ବୋଲି ଆଶା କରାଯାଉଛି। ଆତଙ୍କବାଦୀ ବିରୋଧୀ ଅପରେଶନ ଉପରେ ଉତ୍ତର ସେନା କମାଣ୍ଡର ଲେଫ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ଜାମ୍ମୁ କାଶ୍ମୀର ପୋଲିସ ଡିଜିପି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri